ସାମ୍ନାକୁ ଆସିଲା ସତ | Odisha Reporter
ବାଲେଶ୍ୱର ବାହାନଗାଠାରେ ହୋଇଥିବା ଟ୍ରେନ ଦୁର୍ଘଟଣାର ମୂଳ କାରଣ ଜଣାପଡ଼ିଛି ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରବିବାର ଗଣମାଧ୍ୟମକୁ କହିଛନ୍ତି। ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଇଲେକ୍ଟ୍ରୋନିକ୍ ଇଣ୍ଟରଲକିଂ ସିଷ୍ଟମରେ ପରିବର୍ତ୍ତନ ଯୋଗୁ ଏହି ଦୁର୍ଘଟଣା ଘଟିଛି। ଆଉ ଏଥିପାଇଁ ଦାୟୀ ବ୍ୟକ୍ତିଙ୍କୁ ମଧ୍ୟ ଚିହ୍ନଟ କରାଯାଇଛି। ରେଳ ମନ୍ତ୍ରୀ କହିଛନ୍ତି, ଏହି ଦୁର୍ଘଟଣାର ତଦନ୍ତ ଶେଷ ହୋଇଯାଇଛି। ରେଳ ସେଫ୍ଟି କମିଶନର ତଦନ୍ତ କରିଛନ୍ତି। ଏବେ କିଛି କହିବା ଠିକ ହେବ ନାହିଁ। ଆମେ ସମସ୍ତେ ତଦନ୍ତ ରିପୋର୍ଟକୁ ଅପେକ୍ଷା କରିବା। ତେବେ ଦୁର୍ଘଟଣାର କାରଣ ଜଣାପଡ଼ିଛି। ଆଉ ଏଥିପାଇଁ କେଉଁମାନେ ଦାୟୀ ସେମାନଙ୍କୁ ମଧ୍ୟ ଚିହ୍ନଟ କରାଯାଇଛି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
