ହାତୀ ଆକ୍ରମଣରେ ଦୁଇ ମୃତ

ଆନନ୍ଦପୁର(ମୁନା ସିଂହ): କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ହଡ଼ାଗଡ଼ା ହସ୍ତୀ ଅଭୟାରଣ୍ୟ ନିକଟରେ ଥିବା ନୂଆରୁଗୁଡ଼ି ଓ କାନପୁର ଗାଁରେ ହାତୀ ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଗତକାଲି ସନ୍ଧ୍ୟାରେ ନୂଆରୁଗୁଡ଼ି ଗାଁର ଜଣେ ବ୍ୟକ୍ତି ଏକ ବାଇକ୍‌ରେ ଘରକୁ ଆସୁଥିବା ବେଳେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ତାଙ୍କ ନାଁ  ଜଗା ମଲ୍ଲିକ। ହାତୀ ଆକ୍ରମଣରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର […]

death

death

Jyoshna Pradhan
  • Published: Saturday, 18 May 2019
  • Updated: 18 May 2019, 09:10 AM IST

Sports

Latest News

ଆନନ୍ଦପୁର(ମୁନା ସିଂହ): କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ହଡ଼ାଗଡ଼ା ହସ୍ତୀ ଅଭୟାରଣ୍ୟ ନିକଟରେ ଥିବା ନୂଆରୁଗୁଡ଼ି ଓ କାନପୁର ଗାଁରେ ହାତୀ ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି।

ଗତକାଲି ସନ୍ଧ୍ୟାରେ ନୂଆରୁଗୁଡ଼ି ଗାଁର ଜଣେ ବ୍ୟକ୍ତି ଏକ ବାଇକ୍‌ରେ ଘରକୁ ଆସୁଥିବା ବେଳେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ତାଙ୍କ ନାଁ  ଜଗା ମଲ୍ଲିକ। ହାତୀ ଆକ୍ରମଣରେ ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ଭଦ୍ରକ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ସେହିପରି କାନପୁର ଗାଁର ଜଣେ ମହିଳା ଆଜି ଭୋର ପ୍ରାୟ ୫ଟାବେଳେ ନିଜ ଆମ୍ୱ ବଗିଚାକୁ ଯିବାବେଳେ ହାତୀ ତାଙ୍କୁ ଆକ୍ରମଣ କରିଥିଲା। ତାଙ୍କ ନାଁ ସଞ୍ଜୁଲତା ରାଉତ। ସଞ୍ଜୁଲତାଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା।

ଏହାକୁ ନେଇ ସ୍ଥାନୀୟ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos