ଟ୍ରକ୍‌ ଚକା ତଳେ ଗଲା ଗଜରାଜ ଜୀବନ

ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ଏନ୍ଏଚ୍-୫୫ର ସଦର ରେଞ୍ଜ୍ ଜୀବନଖୋଲ ନିକଟରେ ଆଜି ଭୋରରୁ ଟ୍ରକ୍ ଧକ୍କାରେ ଏକ ହାତୀର ଜୀବନ ଯାଇଛି। ଦୁର୍ଘଟଣା ଘଟାଇଥିବା ଟ୍ରକ୍ ତଳେ ମୃତ ହାତୀଟି ଚାପି ହୋଇ ରହିଥିବାବେଳେ ଦୁର୍ଘଟଣା ପରେ ହାତୀର ଦାନ୍ତଟି ଭାଙ୍ଗି ଖଣ୍ଡେ ଦୂରରେ ପଡ଼ିଛି । ଆଉ ଗୋଟିଏ ହାତୀ ଆହତ ହୋଇ ଜଙ୍ଗଲକୁ ପଳାଇଥିବା  ସ୍ଥାନୀୟ ଲୋକଙ୍କଠାରୁ ସୂଚନା ମିଳିଛି। ଦୁର୍ଘଟଣା ଘଟାଇ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାଯାଇଛି। ଦୁର୍ଘଟଣାସ୍ଥଳଟି ହାତୀ […]

hati--1--1

Niharika Rout
  • Published: Thursday, 30 January 2020
  • , Updated: 30 January 2020, 07:51 AM IST

ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ଏନ୍ଏଚ୍-୫୫ର ସଦର ରେଞ୍ଜ୍ ଜୀବନଖୋଲ ନିକଟରେ ଆଜି ଭୋରରୁ ଟ୍ରକ୍ ଧକ୍କାରେ ଏକ ହାତୀର ଜୀବନ ଯାଇଛି। ଦୁର୍ଘଟଣା ଘଟାଇଥିବା ଟ୍ରକ୍ ତଳେ ମୃତ ହାତୀଟି ଚାପି ହୋଇ ରହିଥିବାବେଳେ ଦୁର୍ଘଟଣା ପରେ ହାତୀର ଦାନ୍ତଟି ଭାଙ୍ଗି ଖଣ୍ଡେ ଦୂରରେ ପଡ଼ିଛି ।

ଆଉ ଗୋଟିଏ ହାତୀ ଆହତ ହୋଇ ଜଙ୍ଗଲକୁ ପଳାଇଥିବା  ସ୍ଥାନୀୟ ଲୋକଙ୍କଠାରୁ ସୂଚନା ମିଳିଛି। ଦୁର୍ଘଟଣା ଘଟାଇ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଥିବା ଜଣାଯାଇଛି।

ଦୁର୍ଘଟଣାସ୍ଥଳଟି ହାତୀ ଯାତାୟାତ ରାସ୍ତା ବୋଲି ସୂଚନା ଫଳକ ଲାଗିଛି । ଏହାସତ୍ତ୍ୱେ କିପରି ଟ୍ରକ୍‌ଟି ଦ୍ରୁତ ଗତିରେ ଯାତାୟତ କରୁଥିଲା, ତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏହି ଘଟଣା ପ୍ରଚାରିତ ହେବା ପରେ ପରିବେଶବିତମାନେ ଉଦ୍‌ବେଗ୍‌ ପ୍ରକାଶ କରିଛନ୍ତି।

Related story