ବ୍ରହ୍ମଗିରିରେ ହାତୀ ଆତଙ୍କ

ବ୍ରହ୍ମଗିରି: ବ୍ରହ୍ମଗିରି ଅଞ୍ଚଳରେ ହାତୀ ଆତଙ୍କ। ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଲକ ରାମଚନ୍ଦ୍ରପୁର ଲବଙ୍ଗସରରେ ଏକ ହାତୀ ଆଜି ସକାଳେ ଆତଙ୍କ ସୃଷ୍ଟି କରିଥିଲା। ହାତୀଟି ସାହୁପଡା, ଭଣ୍ଡାରୀକୁଦା ଗହୀରରେ ଧାନ ନଷ୍ଟ କରିଦେଇଥିଲା। ଏହାପରେ ହାତୀଟି ଲବଙ୍ଗସର ଆଡକୁ ଯାଇଥିଲା। ଖବର ପାଇ ହାତୀ ଦେଖିବା ପାଇଁ ଅନେକ ଲୋକ ଏକାଠି ହୋଇଥିଲେ। ସ୍ଥାନୀୟ ବନ ବିଭାଗ କର୍ମଚାରୀମାନେ ପହଞ୍ଚି ହାତୀର ଗତିବିଧି ଅନୁଧ୍ୟାନ କରୁଛନ୍ତି।  ହାତୀକୁ ଘଉଡାଇବା ପାଇଁ ବନବିଭାଗର ଏକ ସ୍ୱତନ୍ତ୍ର ଟିମ […]

elephant

Rakesh Mallick
  • Published: Monday, 09 April 2018
  • , Updated: 09 April 2018, 12:52 PM IST

ବ୍ରହ୍ମଗିରି: ବ୍ରହ୍ମଗିରି ଅଞ୍ଚଳରେ ହାତୀ ଆତଙ୍କ। ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଲକ ରାମଚନ୍ଦ୍ରପୁର ଲବଙ୍ଗସରରେ ଏକ ହାତୀ ଆଜି ସକାଳେ ଆତଙ୍କ ସୃଷ୍ଟି କରିଥିଲା। ହାତୀଟି ସାହୁପଡା, ଭଣ୍ଡାରୀକୁଦା ଗହୀରରେ ଧାନ ନଷ୍ଟ କରିଦେଇଥିଲା। ଏହାପରେ ହାତୀଟି ଲବଙ୍ଗସର ଆଡକୁ ଯାଇଥିଲା। ଖବର ପାଇ ହାତୀ ଦେଖିବା ପାଇଁ ଅନେକ ଲୋକ ଏକାଠି ହୋଇଥିଲେ।

ସ୍ଥାନୀୟ ବନ ବିଭାଗ କର୍ମଚାରୀମାନେ ପହଞ୍ଚି ହାତୀର ଗତିବିଧି ଅନୁଧ୍ୟାନ କରୁଛନ୍ତି।  ହାତୀକୁ ଘଉଡାଇବା ପାଇଁ ବନବିଭାଗର ଏକ ସ୍ୱତନ୍ତ୍ର ଟିମ ଲବଙ୍ଗସର ‌ଆସିଛି।

 

Related story