ଘରେ ପଶି ଦଳି ଦେଲା ହାତୀ

ଅନୁଗୋଳ(ବିରଜା ଦାସ): ଘରେ ଥିବାବେଳେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ଜୀବନ ଯାଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ହଣ୍ଡପା ବନାଞ୍ଚଳ କମରେଇ ଗାଁରେ। ସୂଚନା ଅନୁଯାୟୀ, କମରେଇ ଗାଁର ଦେବକୀ ବେହେରା ନାମ୍ନୀ ବିଧବା ବୃଦ୍ଧା ଘରେ ଏକୁଟିଆ ରୁହନ୍ତି। ଗତରାତିରେ ସେ  ଶୋଇ ଥିବାବେଳେ ବିଳମ୍ବିତ ରାତିରେ ହାତୀ ଘର ଭାଙ୍ଗି ପଶି ତାଙ୍କୁ ଦଳି ଚକଟି ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦେଵକୀଙ୍କ ମୃତ୍ୟୁ ଘଟିଥିଲା। ଗ୍ରାମବାସୀ ସକାଳେ ଏହା ଦେଖିବା ପରେ ଗାଁରେ […]

angul-1--1

angul-1--1

Niharika Rout
  • Published: Thursday, 05 March 2020
  • Updated: 05 March 2020, 08:40 AM IST

Sports

Latest News

ଅନୁଗୋଳ(ବିରଜା ଦାସ): ଘରେ ଥିବାବେଳେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ଜୀବନ ଯାଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ହଣ୍ଡପା ବନାଞ୍ଚଳ କମରେଇ ଗାଁରେ।

ସୂଚନା ଅନୁଯାୟୀ, କମରେଇ ଗାଁର ଦେବକୀ ବେହେରା ନାମ୍ନୀ ବିଧବା ବୃଦ୍ଧା ଘରେ ଏକୁଟିଆ ରୁହନ୍ତି। ଗତରାତିରେ ସେ  ଶୋଇ ଥିବାବେଳେ ବିଳମ୍ବିତ ରାତିରେ ହାତୀ ଘର ଭାଙ୍ଗି ପଶି ତାଙ୍କୁ ଦଳି ଚକଟି ଦେଇଥିଲା। ଫଳରେ ଘଟଣାସ୍ଥଳରେ ଦେଵକୀଙ୍କ ମୃତ୍ୟୁ ଘଟିଥିଲା।

ଗ୍ରାମବାସୀ ସକାଳେ ଏହା ଦେଖିବା ପରେ ଗାଁରେ ଭୟର ବାତାବରଣ ଖେଳି ଯାଇଥିବାବେଳେ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଖବର ପାଇ ବନ ବିଭାଗ କର୍ମଚାରୀ ସକାଳେ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ ପାଇଁ ଉଦ୍ୟମ ଜାରି ରଖିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos