ଢେଙ୍କାନାଳ(ରାଜଶ୍ରୀ ଶତପଥୀ): ପରିବା ବାଡ଼ି ଜଗିଥିବା ବ୍ୟକ୍ତିଙ୍କୁ ଦଳିଦେଲା ହାତୀ। ଏପରି ଅଭାବନୀୟ ଘଟଣା ଢେଙ୍କାନାଳ ସଦର ରେଞ୍ଜରେ ଗତକାଲି ଘଟିଛି। ମୃତକ ହେଲେ ଗହମଖୁଣ୍ଟିଗାଁର ରମେଶ ସାହୁ।
ରମେଶ ଗତକାଲି ରାତିରେ ନିଜ ପରିବା ବାଡି ଜଗିଥିଲେ। ମାତ୍ର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ସେଠାରେ ପହଞ୍ଚି ଉତ୍ପାତ କରିଥିଲା। ଏହାପରେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ ରମେଶ। ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ହୋଇଥିଲା।
ଖବର ପାଇ ବନ ବିଭାଗର ଏକ ଟିମ୍ ଘଟଣାସ୍ଥଳରେ ପହଞ୍ଚିଛନ୍ତି । ଗତ କିଛି ଦିନ ହେଲା ଉକ୍ତ ଅଞ୍ଚଳରେ ଏକ ଦନ୍ତାହାତୀ ଉତ୍ପାତ କରୁଛି । ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବାସହ ହାତୀକୁ ତୁରନ୍ତ ଟ୍ରାଙ୍କୁଲାଇଜ କରିବାକୁ ସ୍ଥାନୀୟ ଲୋକମାନେ ଦାବି କରିଛନ୍ତି । ଗତକାଲି ହିନ୍ଦୋଳ ରେଞ୍ଜ ବାବନ୍ଧ ଗାଁରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିଲା ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ଓଡ଼ିଆ ଶ୍ରମିକ; ମା’ ଆଣିଲେ ହତ୍ୟା ଅଭିଯୋଗ
ଗତ ୨୩ ତାରିଖରେ ଗଣେଶ ଦାଦନ ଖଟିବାକୁ ଆନ୍ଧ୍ରପ୍ରଦେଶ ଯାଇଥିଲେ।
Miscellaneous
ସୀମାରେ ଅଟକିଛି ଶହ ଶହ ଆଳୁ ବୋଝେଇ ଟ୍ରକ୍; ଛାଡ଼ୁନି ପଶ୍ଚିମବଙ୍ଗ ସରକାର
ବୁଧବାର ରାତିରୁ ଲକ୍ଷ୍ମଣନାଥ ଟୋଲ ଗେଟ୍ରୁ ୨୫ କିମି ଦୂରରେ ତଥା ବେଲଦାରେ ଶତାଧିକ ଆଳୁ ଟ୍ରକ୍ ଅଟକି ରହିଛି।
Accident
ଜଳିଗଲା ଧାନ ଗଦା, ୧୦ ଏକର ଜମିର ଧାନ ଫସଲ ଭସ୍ମ
ଗତକାଲି କିଛି ଦୁର୍ବୃତ୍ତମାନେ ଧାନ ଗଦାରେ ନିଆଁ ଲଗାଇ ଦେଇଥିଲେ।
Miscellaneous
ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍; ଏଣିକି ମଣ୍ଡି ଜଗୁଛି ସିସିଟିଭି
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍କୁ ଉଦ୍ଘାଟନ କରିଛନ୍ତି। ମଣ୍ଡି ସଂପର୍କିତ ଅସୁବିଧା ନେଇ ଟୋଲ୍ ଫ୍ରି ନମ୍ବର ୧୯୬୭ରେ କଲ୍ କରିପାରିବେ ଚାଷୀ।
Accident
ଡମ୍ଫରକୁ ପିଟିଲା ଆମ୍ବୁଲାନ୍ସ; ଜଣେ ମୃତ, ୩ ଆହତ
ଗତକାଲି ରାତିରେ ପଶ୍ଚିମବଙ୍ଗରୁ ଏକ ଆମ୍ବୁଲାନ୍ସଟି ରୋଗୀ ନେଇ ଭୁବନେଶ୍ୱର ଅଭିମୁଖେ ଆସୁଥିଲା।