ଧାନ ବିଲରେ ଦଳି ଦେଲା ଦନ୍ତା

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ପର୍ଜଙ୍ଗ ବ୍ଲକ୍‌ ମହାବିରୋଡ଼ ରେଞ୍ଜର ଜଟିଆ ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଝାରି ସାହୁ। ଆଜି ସକାଳେ ସେ ଧାନ ବିଲକୁ ଯାଇଥିଲେ। ଏହି ସମୟରେ ସେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ଦନ୍ତା ତାଙ୍କୁ ଦଳି ଦେଇଥିଲା। ବୃଦ୍ଧାଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ପୁଲିସ୍‌ ଓ ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ […]

elephant-1.88

Tapaswini Nayak
  • Published: Saturday, 05 October 2019
  • , Updated: 05 October 2019, 01:13 PM IST

ଢେଙ୍କାନାଳ (ରାଜଶ୍ରୀ ଶତପଥୀ): ଢେଙ୍କାନାଳ ଜିଲ୍ଲା ପର୍ଜଙ୍ଗ ବ୍ଲକ୍‌ ମହାବିରୋଡ଼ ରେଞ୍ଜର ଜଟିଆ ଗାଁରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଝାରି ସାହୁ।

ଆଜି ସକାଳେ ସେ ଧାନ ବିଲକୁ ଯାଇଥିଲେ। ଏହି ସମୟରେ ସେ ହାତୀ ହାବୁଡ଼ରେ ପଡ଼ି ଯାଇଥିଲେ। ଦନ୍ତା ତାଙ୍କୁ ଦଳି ଦେଇଥିଲା।

ବୃଦ୍ଧାଙ୍କ ମୃତ୍ୟୁ ପରେ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ପୁଲିସ୍‌ ଓ ବନ ବିଭାଗ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ଉତ୍ତେଜନା ଥମିଥିଲା।

Related story