ରେଢ଼ାଖୋଲ (ରମାକାନ୍ତ ମହାନନ୍ଦ): ସମ୍ୱଲପୁର ଜିଲ୍ଲା ରେଢ଼ାଖୋଲ ରେଞ୍ଜ ଅନ୍ତର୍ଗତ ହେମାମୁରା ଗାଁରେ ଜଣେ ମହିଳାଙ୍କୁ ଏକ ଦନ୍ତା ହାତୀ ଦଳି ଦେଇଛି। ମୃତ ମହିଳାଙ୍କ ନାଁ ପ୍ରଭାତୀ ପ୍ରଧାନ।
ଗତକାଲି ସନ୍ଧ୍ୟାରେ ପ୍ରଭାତୀ ତାଙ୍କ ଘର ବାରିପଟକୁ ଶୌଚ ପାଇଁ ଯାଇଥିଲେ। ଏହି ସମୟରେ ସେ ଏହି ଦନ୍ତା ହାତୀ ସେଠାରେ ପହଞ୍ଚି ଯାଇଥିଲା ଓ ତାଙ୍କୁ ଦଳି ଦେଇଥିଲା। ପ୍ରଭାତୀ ଫେରିବାରେ ବିଳମ୍ୱ ହେବାରୁ ତାଙ୍କ ଘର ଲୋକେ ଖୋଜାଖୋଜି କରିଥିଲେ। ଏହାପରେ ତାଙ୍କ ମୃତଦେହ ପାଇଥିଲେ। ଏନେଇ ଗାଁ ଲୋକେ ବନ ବିଭାଗକୁ ଖବର ଦେଇଥିଲେ। ହେଲେ ବନ ବିଭାଗ ଘଟଣାସ୍ଥଳରେ ବହୁ ବିଳମ୍ୱରେ ପହଞ୍ଚିଥିଲା। ଏହାକୁ ନେଇ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା। ଉତ୍ତ୍ୟକ୍ତ ଲୋକଙ୍କୁ ବନ ବିଭାଗ କର୍ମଚାରୀମାନେ ବୁଝାସୁଝା କରିଥିଲା। ଏଥିସହ ଶବ ସତ୍କାର ପାଇଁ ୧୦ ହଜାର ଟଙ୍କା ଓ ସରକାରଙ୍କ ତରଫରୁ ୪ ଲକ୍ଷ ଟଙ୍କା ଦିଆଯିବା ନେଇ ପ୍ରତିଶ୍ରୁତି ମିଳିବା ପରେ ଉତ୍ତେଜନା ଥମିଥିଲା। କିଛି ଦିନ ହେବ ଏହି ଅଞ୍ଚଳରେ ଏହି ଦନ୍ତା ହାତୀ ଆତଙ୍କ ଖେଳାଉଥିବା ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଘରକୁ ଫେରୁଥିଲେ ଦୁଇ ଯୁବକ, ରାତି ଅଧରେ ପିଟିଲା ଅଜଣା ଗାଡ଼ି
ଉଭୟ ପାରାଦୀପ ଯାଇଥିବା ବେଳେ ସେଠାରୁ ଘରକୁ ଫେରୁଥିଲେ । ମାତ୍ର ବିଳମ୍ବିତ ରାତିରେ ଉଭୟଙ୍କ ବାଇକ୍କୁ ଏକ ଅଜଣା ଗାଡ଼ି ପିଟି ଦେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲା
Miscellaneous
ଜମୁଛି ଛାଡ଼ଖାଇ, ଆମିଷ ବଜାରରେ ପ୍ରବଳ ଭିଡ଼
ଆଜି ରବିବାର ହୋଇଥିବାରୁ ଆମିଷପ୍ରେମୀଙ୍କ ଭିତରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଆମିଷ ବଜାରରେ ଭିଡ଼ ଜମିଛି।
Accident
ଛାଡ଼ଖାଇରେ ମାଛ ବିକିବାକୁ ବାହାରିଥିଲେ, ଚଢ଼ିଗଲା ଟ୍ରକ୍
ଆଜି ଛାଡ଼ଖାଇ ଥିବାବେଳେ ଭୋରରୁ ସେ ସାଇକେଲ ଯୋଗେ ମାଛ ନେଇ ବିକ୍ରି କରିବାକୁ ଯାଉଥିଲେ । ରାସ୍ତାରେ ଏକ ଟ୍ରକ ତାଙ୍କ ଉପରେ ଚଢିଯାଇଥିଲା ।
Crime
ନିଜ କାର୍ଯ୍ୟାଳୟରେ ବସିଥିଲେ ବିଜେପି ନେତା, ଖଣ୍ଡା ଧରି ମାଡ଼ି ଆସିଲେ ଦୁର୍ବୃତ୍ତ
ନିଜ କାର୍ଯ୍ୟାଳୟରେ ଥିବା ବିଜେପି ନେତାଙ୍କ ଉପରେ ହେଲା ମରଣାନ୍ତକ ଆକ୍ରମଣ। ମାତ୍ର ଖଣ୍ଡା ଚୋଟରୁ ଅଳ୍ପକେ ବର୍ତ୍ତିଗଲେ ବିଜେପିର ତୁଙ୍ଗ ନେତା।
Accident
ଚାଲି ଚାଲି ଯାଉଥିଲେ ଯୁବକ, ପିଟିଦେଲା ଅଜଣା ଗାଡ଼ି
ଚାଲି ଚାଲି ଘରକୁ ଫେରୁଥିଲେ ଯୁବକ। ମାତ୍ର କିଛି ସମୟ ପରେ ଘରେ ପହଞ୍ଚି ବି ଯାଇଥାନ୍ତେ। ମାତ୍ର ବିଧିର ବିଧାନ ଥିଲା କିଛି ଅଲଗା।