ଦେବଗଡ଼(ସିଦ୍ଧାର୍ଥ ଗୁରୁ): ଦେବଗଡ଼ ଜିଲ୍ଲା ରିଆମାଳ ଥାନା ଅନ୍ତର୍ଗତ ଶୁନାଳି ଗାଁରେ ଆଜି ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ମୃତକଙ୍କ ନାଁ ସାନିଆ ବିରୁଆ(୬୫)। ଗୁରୁତର ମହିଳାଙ୍କ ନାଁ ସୀତା ସାହୁ (୫୦)।
ସୂଚନାଅନୁସାରେ, ଆଜି ସକାଳେ ସାନିଆ ଗାଁ ନିକଟସ୍ଥ ବିଲକୁ ଶୌଚ ପାଇଁ ଯାଇଥିଲେ। ଏହି ସମୟରେ ଏକ ଦନ୍ତାହାତୀ ଜଙ୍ଗଲ ମଧ୍ୟରୁ ଆସି ସାନିଆଙ୍କୁ ଦଳି ଦେଇଥିଲା। ସେହିପରି ସେହି ଗାଁର ସୀତା ଶୌଚ ପାଇଁ ଯାଇଥିବା ବେଳେ ଦନ୍ତାହାତୀଟି ତାଙ୍କୁ ଗୋଡ଼ାଇ ଶୁଣ୍ଡରେ କଚାଡ଼ି ଦେଇଥିଲା। ତେବେ ସେଠାରେ ଥିବା ଗାଁ ଲୋକେ ଚିତ୍କାର କରିବାରୁ ହାତୀଟି ପଳାଇ ଯାଇଥିଲା। ପରିବାର ଲୋକେ ଗୁରୁତର ଅବସ୍ଥାରେ ସୀତାଙ୍କୁ ଉଦ୍ଧାର କରି ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏକ ହାତୀ ଦଳ ନିକଟସ୍ଥ ଜଙ୍ଗଲରେ ରହିଥିବାରୁ ଗାଁ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଖବର ପାଇ ରିଆମାଳ ଫରେଷ୍ଟ ରେଞ୍ଜର ଓ ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅଫେରା ପଥରେ ଚାଲିଗଲେ ସମୀର ଦେ
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ।
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।