କାମାକ୍ଷାନଗର(ଓଡ଼ିଶା ରିପୋର୍ଟର): ପୁଅ ଆଗରେ ଦନ୍ତା ଆକ୍ରମଣରେ ଆଖି ବୁଜିଲା ବାପା। ତେବେ ହାତୀ ଆକ୍ରମଣରୁ ପୁଅ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାଯାଇଛି। ଏପରି ଦୁଃଖଦ ଘଟଣା ଢେଙ୍କାନାଳ ଜିଲ୍ଲା ବନଖଣ୍ଡ ମହାବିରୋଡ ଫରେଷ୍ଟ ସେକ୍ସନ କନ୍ଦରାସିଂହା ଗାଁରେ ଘଟିଛି।
ମିଳିଥିବା ସୂଚନା ମୁତାବକ, କନ୍ଦରାସିଂହା ଗାଁକୁ ଏକ ଦନ୍ତା ହାତୀ ପଶି ଆସିଥିଲା । ଏହି ସମୟରେ ପରଜଙ୍ଗ ଥାନା କନ୍ଦରସିଂହା ମଝିକା ଗାଁର ନିରଞ୍ଜନ ସ୍ୱାଇଁ ଓ ତାଙ୍କ ପୁଅ ଧାନ ଅମଳ କରି ସାଇକେଲରେ ଫେରୁଥିଲେ। ଉଭୟ ବାପପୁଅ ଅଚାନକ ଦନ୍ତା ହାବୁଡରେ ପଡି ଯାଇଥିଲେ। ଦନ୍ତାଟି ନିରଞ୍ଜନଙ୍କୁ ଶୁଣ୍ଡରେ ଟେକି କଚାଡ଼ି ଦେଇଥିଲା। ନିରଞ୍ଜନଙ୍କୁ ତୁରନ୍ତ ପରଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ତାଙ୍କ ପୁଅ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାଯାଇଛି।
ଖବର ପାଇ ଘଟଣାସ୍ଥଳରେ ମହାବିରୋଡ଼ ରେଞ୍ଜର ସୁବ୍ରତ ବେହେରା ଓ ଡିହଡୋଳ ବନ ଅଧିକାରୀ ପହଞ୍ଚିଥିଲେ। ତେବେ ହାତୀ ଉପଦ୍ରବ ଓ ଆକ୍ରମଣକୁ ନେଇ ଅଞ୍ଚଳରେ ଲୋକଙ୍କ ମନରେ କୋକୁଆ ଭୟ ସୃଷ୍ଟି ହୋଇଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।