କେନ୍ଦୁଝର:(ଓଡ଼ିଶା ରିପୋର୍ଟର):କେନ୍ଦୁଝର ଜିଲ୍ଲା ଚମ୍ପୁଆ ଅଞ୍ଚଳରେ ଥିବା ଭୂୟାଁ ଜୁଆଙ୍ଗପୀଢ଼ ରେଞ୍ଜରେ ହାତୀ ଆତଙ୍କ ଦେଖିବାକୁ ମିଳିଛି। ହାତୀ ଚାଷ ଜମିରେ ପଶି କ୍ଷୟକ୍ଷତି କରିବା ସହିତ ଲୋକଙ୍କ ଘରକୁ ଭାଙ୍ଗି ଦେଇଛନ୍ତି।
ଗତକାଲି ପଦ୍ମପୁର ଓ ବାମେବାରୀ ଅଞ୍ଚଳକୁ ପ୍ରାୟ ୩୬ଟି ହାତୀ ପଶି ଫସଲ ଏବଂ କଟା ଯାଇଥିବା ଧାନ ବିଡ଼ାକୁ ନଷ୍ଟ କରିଛନ୍ତି। ସେହିପରି ହାତୀ ଜମିରୀଡିହି ଗାଁରେ ପଶି କିଛି ସ୍କୁଲ ଘର ଭାଙ୍ଗି ଦେଇଛନ୍ତି।
ଏହିପରିଉ ୩ ହେବ ଗୋଟିଏ ଦନ୍ତା ହାତୀ ଉତ୍ପାତ ଜାରି ରହିଥିବାରୁ ନିକଟସ୍ଥ ଗାଁ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ହାତୀମାନେ ଦିନସାରା ଜଙ୍ଗଲରେ ରହୁଛନ୍ତି କିନ୍ତୁ ସଂନ୍ଧ୍ୟା ହେଲେ ଗାଁ ମୁହାଁ ହେଉଛନ୍ତି।
ଏଥିପାଇଁ ଲୋକଙ୍କ ମଧ୍ୟର ଅସନ୍ତୋଷ ପ୍ରକାଶ ପାଇଛି। ଏବେ ହାତୀ ପଲ ବୈତରଣୀ ନଦୀ ପାର ହୋଇ ମୟୂରଭଞ୍ଜ ଜିଲ୍ଲା ସିଙ୍ଗିଡା ନିକଟ ହଳଦିଆ ନିକଟରେ ଥିବା ଜଣାପଡ଼ିଛ। ହାତୀ ପଲକୁ ଘଉଡାଇବାକୁ ବନ ବିଭାଗ କର୍ମଚାରୀ ଉଦ୍ୟମ ଜାରି ରଖିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।
Crime
ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ଦାୟର ଜନସ୍ୱାର୍ଥ ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ
ସେନା କର୍ମଚାରୀଙ୍କୁ ଥାନାରେ କିପରି ବ୍ୟବହାର ପ୍ରଦର୍ଶନ କରାଯିବ, ସେନେଇ ରାଜ୍ୟ ସରକାର ଜାରି କରିଥିବା ଏସଓପିକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ କହିଛନ୍ତି।