ଆଠଗଡ଼ (ନୀଳକଣ୍ଠ ଦୋରା): ଖୁଣ୍ଟୁଣୀ ବନାଞ୍ଚଳ ଦେଇ ଯାଇଥିବା ମଙ୍ଗୁଳି-ଢେଙ୍କାନାଳ ରାସ୍ତାର ବଉଳ ଛକ ନିକଟରେ ବହୁ ସମୟ ଧରି ଏକ ହାତୀ ପଲ ଠିଆ ହୋଇଥିବା ଦେଖିବାକୁ ମିଳିଥିଲା। ଫଳରେ ଏହି ରାସ୍ତା ଦେଇ ଯାଉଥିବା ଶହ ଶହ ଗାଡ଼ି ଅଟକି ରହିଥିଲା। ବନ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ବିଳମ୍ୱରେ ପହଞ୍ଚିବା ଯୋଗୁଁ ଲୋକେ ଅସୁବିଧାର ସମ୍ମୁଖୀନ ହୋଇଥିଲେ। ବନ କର୍ମଚାରୀମାନେ ହାତୀକୁ ଘଉଡ଼ାଇବା ପରେ ଯାତାୟାତ ସ୍ୱାଭାବିକ ହୋଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ଆତ୍ମସମର୍ପଣର ୧୬ ବର୍ଷ ପରେ ସୂର୍ୟାମଙ୍କ ଘରେ ପହଞ୍ଚିଲା ଆନ୍ଧ୍ର ପୁଲିସ
ସୂର୍ଯ୍ୟମ୍ ମାଓ ସଙ୍ଗଠନରେ ଥିବା ବେଳେ ପ୍ରେମରେ ପଡ଼ିଥିଲେ। ସେହି ସଂଗଠନରେ କାର୍ଯ୍ୟ କରୁଥିବା ପବିତ୍ରା ନାୟକଙ୍କୁ ସେ ପ୍ରେମ କରୁଥିଲେ। ପରବର୍ତ୍ତୀ ସେ ପବିତ୍ରାଙ୍କୁ ପ୍ରେମ ବିବାହ କରିଥିଲେ। ପ୍ରେମ ବିବାହ ପରେ ବେଶୀ ଦିନ ସଙ୍ଗଠନରେ ରହି ପାରିନଥିଲେ।
Special
ଜେଲରୁ MA ପଢିବେ କୁଖ୍ୟାତ ମାଓନେତା ସବ୍ୟସାଚୀ ପଣ୍ଡା
ଜେଲ୍ ଭିତରେ ଅଧିକ ସମୟ ପାଠପଢାରେ କାଟୁଛନ୍ତି ମାଓନେତା ସବ୍ୟସାଚୀ ପଣ୍ଡା। ଓଡ଼ିଶା ଷ୍ଟେଟ୍ ଓପନ ୟୁନିଭର୍ସିଟିରୁ ପବ୍ଲିକ୍ ଆଡମିନିଷ୍ଟ୍ରେସନରେ ସ୍ନାତକୋତ୍ତର ଡିଗ୍ରୀ ହାସଲ କରିବାକୁ ପଢୁଛନ୍ତି ପାଠ।
Miscellaneous
ଦିନଟିଏ ବଢ଼ିଲା କଟକ ବାଲିଯାତ୍ରା
ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଐତିହାସିକ କଟକ ବାଲିଯାତ୍ରାକୁ ଗୋଟିଏ ଦିନ ବୃଦ୍ଧି କରିଛନ୍ତି।
Sports
ବାରବାଟୀ ଦିନିକିଆ ପାଇଁ କମିଲା ଟିକେଟ ଦର
ରାଜ୍ୟବ୍ୟାପୀ କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ପରେ ହ୍ରାସ ପାଇଲା ବାରବାଟୀ ଟିକେଟ ଦର। ଫେବ୍ରୁଆରୀ ୯ରେ ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍।
Miscellaneous
ରାଜ୍ୟ ସୂଚନା କମିଶନ ଅଧ୍ୟକ୍ଷ ଓ ୪ ସଦସ୍ୟ ନିଯୁକ୍ତି ପାଇଁ ବିଜ୍ଞାପନ, କାର୍ଯ୍ୟରତ ୨ସଦସ୍ୟଙ୍କୁ ନେଇ ସସପେନ୍ସ
ରାଜ୍ୟ ସରକାର ଆଜି ମଙ୍ଗଳବାର ‘ରାଜ୍ୟ ସୂଚନା କମିଶନ’ରେ ୪ଟି କମିଶନର(ସଦସ୍ୟ) ପଦବୀ ପୂରଣ ନିମନ୍ତେ ବିଜ୍ଞାପନ ଜାରି କରିଛନ୍ତି । ଯୋଗ୍ୟ ପ୍ରାର୍ଥୀମାନେ ଡିସେମ୍ବର ୨୪ତାରିଖ ସୁଦ୍ଧା ଆବେଦନ କରିବାକୁ କୁହାଯାଇଛି ।