କେନ୍ଦୁଝର(ପ୍ରଣୟ କୁମାର ପାଣି): କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ଅଞ୍ଚଳରେ ହାତୀ ଉପଦ୍ରବ କରୁଛନ୍ତି। ଚମକପୁର ହୁଡ଼ିସାହିରେ ଦୁଇଟି ଘର ଭାଙ୍ଗିବା ସହ ବ୍ୟାପକ ଫସଲ ନଷ୍ଟ କରି ଦେଇଥିବା ଅଭିଯୋଗ ହୋଇଛି।
ସୂଚନା ଅନୁସାରେ ଚମ୍ପୁଆ ରେଞ୍ଜ ଚମକପୁର, ମିରିଗିସିଙ୍ଗା, ମୁକୁନ୍ଦପୁର, ସରଗତଳିଆ ଓ ମଙ୍ଗଳପୁର ଅଞ୍ଚଳରେ ଗତ ଦୁଇମାସ ଧରି ହାତୀଙ୍କ ଉପଦ୍ରବ ଜାରି ରହିଛି। ପ୍ରାୟ ୨୦ରୁ ଅଧିକ ହାତୀ ଗାଁରେ ପଶି ଫସଲ ନଷ୍ଟ କରିଦେଉଛନ୍ତି। ହାତୀପଲକୁ ନେଇ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି। ହାତୀଙ୍କୁ ଘଉଡାଇବା ପାଇଁ ବନବିଭାଗ ପକ୍ଷରୁ ୧୫ଟି ସ୍କ୍ୱାଡ୍ ଗଠନ କରାଯାଇଛି। ରାତିରେ ଟର୍ଚ୍ଚ ଲାଇଟ ଏବଂ ଦିନରେ ବାଣ ଫୁଟାଇ କରି ହାତୀକୁ ଘଉଡାଯାଉଥିବା ବନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।