ଆଠଗଡ଼: କଟକ ଜିଲ୍ଲା ଆଠଗଡ଼ ବନଖଣ୍ଡ ତିଗିରିଆ ସୁଦର୍ଶନପୁର ଅଞ୍ଚଳରେ ଏକ ବିଲରୁ ଛୁଆ ହାତୀର ମୃତଦେହ ଠାବ କରାଯାଇଛି। ହାତୀର ବୟସ ୫ରୁ ୬ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ତା’ ମୁଣ୍ଡରେ କ୍ଷତ ଚିହ୍ନ ଥିବାରୁ ତାକୁ ଗୁଳି ମରାଯାଇଥିବା ସନ୍ଦେହ କରାଯାଉଛି। ଘଟଣାସ୍ଥଳରେ ଆଠଗଡ଼ ବନବିଭାଗ ଅଧିକାରୀ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ଶବ ବ୍ୟବଚ୍ଛେଦ ପରେ ହାତୀ ମୃତ୍ୟୁର କାରଣ ସ୍ପଷ୍ଟ ହେ ବୋଲି ବନବିଭାଗ ଅଧିକାରୀ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।