ଆରପାରିରେ ବିଶିଷ୍ଟ ସାହିତ୍ୟିକ ମନୋଜ ଦାସ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଶିଷ୍ଟ ସାହିତ୍ୟିକ ମନୋଜ ଦାସଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ହୋଇଥିଲା। ପୁଡୁଚେରୀ ଆଶ୍ରମ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମନୋଜ ଦାସଙ୍କ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା ମିଳିଛି। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ। ଚିକତ୍ସାଧୀନ ଅବସ୍ଥାରେ ଆଜି ସେ ଶେଷନଃଶ୍ୱାସ ତ୍ୟାଗ କରିଛନ୍ତି। ଅନେକ ପୁରସ୍କାର ଓ ସମ୍ମାନର ଅଧିକାରୀ ମନୋଜ ଦାସଙ୍କ ଅବଦାନ ଇଂରାଜୀ ଓ ଓଡ଼ିଆ […]

manoj-das

manoj-das

Manoranjan Sial
  • Published: Tuesday, 27 April 2021
  • Updated: 27 April 2021, 09:34 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଶିଷ୍ଟ ସାହିତ୍ୟିକ ମନୋଜ ଦାସଙ୍କର ଆଜି ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ହୋଇଥିଲା। ପୁଡୁଚେରୀ ଆଶ୍ରମ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ମନୋଜ ଦାସଙ୍କ ପରଲୋକ ନେଇ ପରିବାର ପକ୍ଷରୁ ସୂଚନା ମିଳିଛି। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ। ଚିକତ୍ସାଧୀନ ଅବସ୍ଥାରେ ଆଜି ସେ ଶେଷନଃଶ୍ୱାସ ତ୍ୟାଗ କରିଛନ୍ତି।

ଅନେକ ପୁରସ୍କାର ଓ ସମ୍ମାନର ଅଧିକାରୀ ମନୋଜ ଦାସଙ୍କ ଅବଦାନ ଇଂରାଜୀ ଓ ଓଡ଼ିଆ ସାହିତ୍ୟ ପାଇଁ ଥିଲା ଅତୁଳନୀୟ। ଅନେକ କାଳଜୟୀ ଓଡ଼ିଆ ଉପନ୍ୟାସ ଓ କ୍ଷୁଦ୍ରଗଳ୍ପର ସ୍ରଷ୍ଟା ଥିଲେ ମନୋଜ ଦାସ। ସେ ଅମୃତ ଫଳ, ଶେଷ ତାନ୍ତ୍ରିକର ସନ୍ଧାନରେ, ଆରଣ୍ୟକ, ଲକ୍ଷ୍ମୀର ଅଭିସାର, ଆବୁ ପୁରୁଷ, ଶେଷ ବସନ୍ତର ଚିଠି, ଅରଣ୍ୟ ଉଲ୍ଲାସର ରଚୟତା। ତାଙ୍କୁ ୨୦୦୧ରେ ପଦ୍ମଶ୍ରୀ ଓ ୨୦୨୦ରେ ଭାରତ ସରକାର ପଦ୍ମଭୂଷଣ ସମ୍ମାନରେ ସମ୍ମାନିତ କରିଥିଲେ।

ମନୋଜ ଦାସ ବାଲେଶ୍ୱର ଜିଲ୍ଲାର ଶଙ୍ଖାରି ଗ୍ରାମଠାରେ ୧୯୩୪ ମସିହା ଫେବୃଆରୀ ୨୭ ତାରିଖ ଜନ୍ମଗ୍ରହଣ କରିଥିଲେ। ବାଲେଶ୍ୱର ଜିଲ୍ଲା ସ୍କୁଲରେ ପଢିବା ସମୟରେ ତାଙ୍କ ବ୍ୟକ୍ତିତ୍ୱର ବିଭିନ୍ନ ଦିଗ ବିକଶିତ ହୋଇଥିଲା। ସେତେବେଳେ ବଡ଼ଭାଇ ମନ୍ମଥ ନାଥ ଦାସ ଫକୀର ମୋହନ ମହାବିଦ୍ୟାଳୟର ଇତିହାସ ଅଧ୍ୟାପକ ଥିଲେ।

ବାଲେଶ୍ୱରରେ ଅଧ୍ୟୟନ କରୁଥିବା ସମୟରେ ତାଙ୍କର ପ୍ରଥମ ଗ୍ରନ୍ଥ ସଂକଳନ 'ସମୁଦ୍ରର କ୍ଷୁଧା' ପ୍ରକାଶ ପାଇଥିଲା। ସେହି ସମୟରେ ସେ 'ଦିଗନ୍ତ' ପତ୍ରିକା ସମ୍ପାଦନା ଆରମ୍ଭ କରିଥିଲେ। ପରେ ମନୋଜ ଦାସ ବାମପନ୍ଥୀ ଆନ୍ଦୋଳନରେ ଯୋଗ ଦେଇଥିଲେ। ୧୯୫୫ ମସିହାରେ ପୁରୀ ସାମନ୍ତ ଚନ୍ଦ୍ରଶେଖର ମହାବିଦ୍ୟାଳୟରୁ ସ୍ନାତକ ଡିଗ୍ରୀ ହାସଲ କରି କଟକରେ ଆଇନ୍‌ ବିଭାଗରେ ଅଧ୍ୟୟନ କରିଥିଲେ। ରେଭେନ୍ସା ମହାବିଦ୍ୟାଳୟରୁ ଇଂରାଜୀ ସ୍ନାତକୋତ୍ତର ଅଧ୍ୟୟନ ପରେ ୧୯୫୯ ମସିହାରେ ଖ୍ରୀଷ୍ଟ ମହବିଦ୍ୟାଳୟରେ ଅଧ୍ୟାପନା କରିଥିଲେ।

ମନୋଜ ଦାସଙ୍କ ଗଳ୍ପ ସଙ୍କଳନ ଗୁଡ଼ିକ ହେଲା- ମନୋଜ ଦାସଙ୍କ ଗଳ୍ପ, ଅବୋଲକରା କାହାଣୀ, ଚତୁର୍ଥ ବନ୍ଧୁ ଓ ଅନ୍ୟାନ୍ୟ କାହାଣୀ, ଭିନ୍ନ ମଣିଷ ଓ ଅନ୍ୟାନ୍ୟ କାହାଣୀ, ମନୋଜ ପଞ୍ଚବିଂଶତି, ଧୂମ୍ରାଭ ଦିଗନ୍ତ ଓ ଅନ୍ୟ କାହାଣୀ, ଆବୁପୁରୁଷ ଓ ଅନ୍ୟାନ୍ୟ କାହାଣୀ, ଲକ୍ଷ୍ମୀର ଅଭିସାର, ମନୋଜ ଦାସଙ୍କ କଥା ଓ କାହାଣୀ, ଶେଷ ବସନ୍ତର ଚିଠି, ଆରଣ୍ୟକ, ବିଷକନ୍ୟାର କାହାଣୀ, ଜୀବନର ସ୍ୱାଦ, ସମୁଦ୍ରର କ୍ଷୁଧା ପ୍ରମୁଖ ରହିଛି।

ମନୋଜ ଦାସଙ୍କ ଉପନ୍ୟାସ ଗୁଡ଼ିକ ହେଲା- ତନ୍ଦ୍ରାଲୋକର ପ୍ରହରୀ, ଆକାଶର ଇସାରା, ଅମୃତ ଫଳ, ଗୋଧୁଳିର ବାଘ, ପ୍ରଭଞ୍ଜନ ଓ ବୁଲଡୋଜର୍ସ ପ୍ରମୁଖ ରହିଛି। 

ଇଂରାଜୀ ରଚନାବଳୀ ଗୁଡ଼ିକ ହେଲା- ଚେଜିଙ୍ଗ ଦି ରେନବୋ: ଗ୍ରୋଇଙ୍ଗ ଅପ ଇନ ଆନ ଇଣ୍ଡିଆନ ଭିଲେଜ, ଲେଜେଣ୍ଡ ଅଫ ଦି ଗୋଲ୍ଡେନ ଭ୍ୟାଲି, ଦି ସବମର୍ଜଡ ଭ୍ୟାଲି ଆଣ୍ଡ ଅଦର ଷ୍ଟୋରିଜ, ଫେଆରବେଲ ଟୁ ଅ ଘୋଷ୍ଟ: ସର୍ଟ ଷ୍ଟୋରିଜ ଆଣ୍ଡ ଅ ନଭେଲେଟେ, ଦି କ୍ରୋକୋଡାଇଲ ଲେଡି: ଏ କଲେକସନ ଅଫ ଷ୍ଟୋରିଜ, ଏ ଟାଇଗର ଆଟ ଟୁଇଲାଇଟ ପ୍ରମୁଖ ରହିଛି। 

ମନୋଜ ଦାସଙ୍କ ବିୟୋଗରେ ଓଡ଼ିଶା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, କଂଗ୍ରେସ ନେତା ନରସିଂହ ମିଶ୍ରଙ୍କ ଠାରୁ ଆରମ୍ଭ କରି ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ ରିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story