ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜ୍ଞାନପୀଠ ପୁରସ୍କାରପ୍ରାପ୍ତ ପ୍ରଥମ ଓଡ଼ିଆ ସାହିତ୍ୟିକା ପ୍ରତିଭା ରାୟଙ୍କ ସ୍ୱାମୀ ଅକ୍ଷୟ ଚନ୍ଦ୍ର ରାୟ ଗତକାଲି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ହୋଇଥିଲା।
ଅବସରପ୍ରାପ୍ତ ଅଧୀକ୍ଷଣ ୟନ୍ତ୍ରୀ ଭାବେ ଅବସରପ୍ରାପ୍ତ ନେଇଥିବା ଅକ୍ଷୟ ଚନ୍ଦ୍ର ରାଜ୍ୟ ସରକାରଙ୍କ ବିଭିନ୍ନ ପ୍ରକଳ୍ପ ନିର୍ମାଣରେ ନିଜ ପାରଦର୍ଶିତା ପ୍ରଦର୍ଶନ କରିଥିଲେ। ଦୀର୍ଘ ଦିନ ଧରି ଅସୁସ୍ଥ ଥିବା ଅକ୍ଷୟ ଗତକାଲି ଅପରାହ୍ନରେ ଗୁରୁତର ହୋଇ ପଡ଼ିଥିଲେ। ତୁରନ୍ତ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
ସେଠାରୁ ଚିକିତ୍ସା ପରେ ସେ ଘରକୁ ଫେରିଥିଲେ। ମାତ୍ର ପୁଣି ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।
ବହୁ ବିଶିଷ୍ଟ ବ୍ୟକ୍ତି ଓ ବୁଦ୍ଧିଜୀବୀ ଭୁବନେଶ୍ୱରସ୍ଥିତ ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିଛନ୍ତି। ଆଜି ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କ ଶେଷକୃତ ସମ୍ପନ୍ନ ହେବ ବୋଲି ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆମ୍ବେଦକରଙ୍କୁ ନେଇ କଂଗ୍ରେସ କୁମ୍ଭୀର କାନ୍ଦଣା କାନ୍ଦୁଛି: ମୁଖ୍ୟମନ୍ତ୍ରୀ
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବିବୃତିକୁ କଦର୍ଥ ଏବଂ ବିକୃତ କରି କଂଗ୍ରେସ ନିଜର ରାଜନୈତିକ ଆଶା ପୂରଣ କରିବାକୁ ଚେଷ୍ଟା କରୁଛି କହିଲେ ମୁଖ୍ୟମନ୍ତ୍ରୀ।
Crime
ରିଟାର୍ଡ ଆଇଏଏସ୍ ବିନୋଦ କୁମାର ଓ ଅନ୍ୟ ୨ଜଣଙ୍କୁ ୩ବର୍ଷ ସଶ୍ରମ ଜେଲ୍
୧୯୮୯ ବ୍ୟାଚ୍ ଆଇଏଏସ୍ ବିନୋଦ କୁମାରଙ୍କୁ ରାଜ୍ୟ ସରକାର ୨୦୨୨ ମସିହାରେ ଚାକିରିରୁ ବହିଷ୍କୃତ କରିଥିଲେ। ଓଆରଏଚଡିସି ଦୁର୍ନୀତି ଓ ଅର୍ଥ ତୋଷାରପାତ ମାମଲାରେ ଏହି ସଂସ୍ଥାର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଦଶମ ଥର ପାଇଁ ଦୋଷୀସାବ୍ୟସ୍ତ ହୋଇଛନ୍ତି।
Miscellaneous
ପ୍ରବାସୀ ଭାରତୀୟ ଦିବସ: ୯ରେ ପ୍ରଧାନମନ୍ତ୍ରୀ, ୧୦ରେ ଆସିବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ଦିବସର ସଫଳ ଆୟୋଜନ ପାଇଁ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ। ଭୁବନେଶ୍ୱରକୁ ସୁନ୍ଦର କରିବାକୁ ପ୍ରୟାସ କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।
Miscellaneous
ରଘୁବର ଦାସ ହଟିଲେ, ଓଡ଼ିଶାର ନୂଆ ରାଜ୍ୟପାଳ ଡଃ ହରିବାବୁ କମ୍ଭାମପତି
ମିଜେରାମର ରାଜ୍ୟପାଳ ଭାବେ କାର୍ଯ୍ୟରତ ଡଃ କମ୍ଭାମପତିଙ୍କୁ ଆଜି ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।
Weather
ଆହୁରି ୪୮ ଘଣ୍ଟା ବର୍ଷା! ତା'ପରେ ବଢ଼ିବ ଶୀତ
ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ସକ୍ରିୟ ରହିଛି ଲଘୁଚାପ। ୪୮ ଘଣ୍ଟା ପରେ ରାତି ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍ ଯାଏଁ ଖସିପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।