ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ରାମେଶ୍ୱର ନିକଟରେ ଗତକାଲି ବିଳମ୍ବିତ ରାତିରେ ହୋଇଥିବା ଏନ୍କାଉଣ୍ଟର୍ରେ ଦୁର୍ଦ୍ଦାନ୍ତ ଅପରାଧୀ ଜାମସେଦ ଖାଁ ଆହତ ହୋଇଛି। ତା ବାମ ଗୋଡ଼ରେ ଗୁଳି ବାଜିଛି। ପ୍ରଥମେ ତାକୁ ଖୋର୍ଦ୍ଧା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଭୁବନେଶ୍ୱରସ୍ଥିତ ଏମସ୍ରେ ଭର୍ତ୍ତି କରାଯାଇଛି।
ଜାମସେଦ ରାମେଶ୍ୱର ନିକଟସ୍ଥ ଜଙ୍ଗଲ ଭିତରେ ଥିବା ନେଇ ପୁଲିସ୍ କୌଣସି ସୂତ୍ରରୁ ଖବର ପାଇଥିଲା। ଏହାପରେ ନିରାକାରପୁର ଥାନା ଆଇଆଇସି ଓ ଟାଙ୍ଗୀ ଥାନା ଆଇଆଇସିଙ୍କ ନେତୃତ୍ୱରେ ଏକ ଟିମ୍ ଗଠିତ ହୋଇଥିଲା। ଏହି ଟିମ୍ ଗତ କାଲି ରାତି ପ୍ରାୟ ଗୋଟାଏ ବେଳେ ପୂର୍ବ ଯୋଜନା ଅନୁଯାୟୀ ଉକ୍ତ ଜଙ୍ଗଲରେ ଚଢ଼ଉ କରିଥିଲା। ଚଢ଼ଉ ବେଳେ ଜାମସେଦ ପୁଲିସ୍ ଉପରକୁ ବୋମାମାଡ଼ କରିଥିଲା। ଏଥିରେ ନିରାକାରପୁର ଥାନା ଆଇଆଇସି ଓ ଟାଙ୍ଗୀ ଆଇଆଇସି ଆହତ ହୋଇଥିଲେ। ଏହା ପରେ ପୁଲିସ୍ ପାଲଟା ଜବାବ ଦେଇ ଜାମସେଦ ଉପରକୁ ଗୁଳି ଚଳାଇଥିଲା। ଗୁଳି ତା ବାମ ଗୋଡ଼ରେ ବାଜିଥିଲା। ଜାମସେଦ ନାଁରେ ବିଭିନ୍ନ ଥାନାରେ ଏକାଧିକ ମାମଲା ଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଜେଡି ନେତା ଏନ୍. ଭାସ୍କର ରାଓଙ୍କୁ ମିଳିଲା ଆଶ୍ୱସ୍ତି
୨୦୧୩ ମସିହା ଡ଼ିସେମ୍ବର ୧୫ ତାରିଖରେ ରାୟଗଡା ଜିଲ୍ଲାର ବରିଷ୍ଠ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗୀ ହଠାତ୍ ନିଖୋଜ ହୋଇଯାଇଥିଲେ। ପରବର୍ତ୍ତୀ ସମୟରେ ତାଙ୍କ ମୃତଦେହ ଆନ୍ଧ୍ରପ୍ରଦେଶରୁ ମିଳିଥିଲା।
Miscellaneous
ଆଜି ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ବନ୍ଦ
ସାଂସ୍କୃତିକ କାର୍ଯ୍ୟକ୍ରମ ଅଧାରୁ ବନ୍ଦକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଥିଲା। ତେବେ ଏହାରି ଭିତରେ ଘଟଣାରେ ମୁଖ୍ୟମନ୍ତ୍ରୀ ହସ୍ତକ୍ଷେପ କରିଥିଲେ। ରାତି ସାଢ଼େ ୧୦ଟା ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ କରିଥିବା ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ।
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।
Crime
ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା।