କେନ୍ଦୁଝର/ଆନନ୍ଦପୁର(ଓଡ଼ିଶା ରିପୋର୍ଟର): ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଶାଳପଡ଼ାସ୍ଥିତ ସହକାରୀ ନିର୍ବାହୀ ଯନ୍ତ୍ରୀ ସୁବଳ ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢ଼ଉ ହୋଇଛି। ସୁବଳଙ୍କ ଅଫିସ୍ ସମେତ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ ହୋଇଥିବା ଜଣାପଡିଛି।
ସୁବଳଙ୍କ ଶାଳପଡାସ୍ଥିତ ଅଫିସ,କେନ୍ଦୁଝର ସହର ବାସଭବନ, ରାଉରକେଲାସ୍ଥିତ ଶ୍ୱଶୁର ଘର, ଭୁବନେଶ୍ୱରରେ ଥିବା ଦୁଇଟି ଘର, ତାଙ୍କ ପୁଅର ଅଫିସ, ମାହାଙ୍ଗା ଥାନାଞ୍ଚଳରେ ଥିବା ପୈତୃକ ବାସଭବନ ଓ ସାକ୍ଷୀଗୋପାଳସ୍ଥିତ ଶାଳୀ ଘରେ ଏକକାଳୀନ ଭିଜିଲାନ୍ସ ଚଢ଼ଉ କରିଛି। କଟକ ସେଣ୍ଟ୍ରାଲ ସେଲ୍ ପକ୍ଷରୁ ଏହି ଚଢ଼ଉ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।