ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚାଷୀଙ୍କୁ କୃଷି ଯନ୍ତ୍ରାଂଶ ଯୋଗାଇଦେବା ନାଁରେ ୧୨ କୋଟି ଟଙ୍କାର ସରକାରୀ ସବ୍ସିଡି ଟଙ୍କା ହଡ଼ପ୍ ହୋଇଛି। ଡାଇରେକ୍ଟ ବେନିଫିଟ୍ ଟ୍ରାନ୍ସଫର ସ୍କିମ୍ରେ ଚାଷୀଙ୍କ ଟଙ୍କା ହଡ଼ପ୍ ଅଭିଯୋଗରେ ଆଗ୍ରୋ ସଂସ୍ଥାର ଏମ୍ଡିଙ୍କ ସମେତ ତିନି ଜଣଙ୍କୁ ଗିରଫ କରିଛି କ୍ରାଇମ୍ ବ୍ରାଞ୍ଚ EOW। ସେମାନେ ହେଲେ ପ୍ରଦୀପ କୁମାର ଆଚାର୍ଯ୍ୟ, ପ୍ରଭ ରଞ୍ଜନ ଦାସ ଓ ସେଖ ଫାୟଜ।
ଅଭିଯୁକ୍ତ ପ୍ରଦୀପ କୁମାର ଆଚାର୍ଯ୍ୟ ହେଉଛନ୍ତି ଅନ୍ନପୂର୍ଣ୍ଣା ଅଗ୍ରୋ ଇଣ୍ଟରନ୍ୟାସ୍ନାଲ ପ୍ରାଇଭେଟ୍ ଲିମିଟେଡ୍ର ଏମ୍ଡି। ଏହି ସଂସ୍ଥା ଚାଷୀଙ୍କୁ କୃଷିଜାତ ଯନ୍ତ୍ରାଂଶ ଯୋଗାଇଦେବା ପାଇଁ ସରକାରଙ୍କ ଡାଇରେକ୍ଟ ବେନିଫିଟ୍ ସ୍କିମ୍ରେ ପଞ୍ଜୀକୃତ ହୋଇଥିଲା। ଦୁଇ ଜଣ ଡିଲରଙ୍କ ଜରୀଆରେ ଏହି ସଂସ୍ଥା ଷଡଯନ୍ତ୍ର କରି ନକଲି ବିଲ୍ ଓ ତଥ୍ୟ ଦେଇ ସବ୍ସିଡି ହଡ଼ପ୍ କରିଥିଲେ। ଯେଉଁଥିପାଇଁ ସେମାନଙ୍କୁ ଗିରଫ କରିଛି EOW।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।