ରାୟଗଡା: ବହୁ ଚର୍ଚ୍ଚିତ ଇତିଶ୍ରୀ ପ୍ରଧାନ ମୃତ୍ୟୁ ମାମଲାର ତଦନ୍ତ ପାଇଁ ସିବିଆଇ ଟିମ୍ ରାୟଗଡ଼ାରେ ପହଞ୍ଚିଛି। ବୁଧବାର ଡିଆଇଜି ଲତା ମନୋଜ କୁମାରଙ୍କ ନେତୃତ୍ୱରେ ଏହି ଟିମ୍ ରାୟଗଡ଼ା ଆସିଛି। ସିବିଆଇ ଡିଏସପି ଏମକେ ପାଠକଙ୍କ ସମେତ ଏହି ପାଞ୍ଚଜଣିଆ ଟିମ ରାୟଗଡ଼ାରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଗୁରୁବାର ସିବିଆଇର ଆଉ ଏକ ସାଇଣ୍ଟିଫିକ୍ ଟିମ୍ ମଧ୍ୟ ସେଠାରେ ପହଞ୍ଚି ଟିକିରି ସ୍କୁଲରେ ଛାନ୍ ଭିନ୍ କରୁଛି।
ସିବିଆଇ ଟିମ୍ ସ୍କୁଲର ରୋଷୟା ଶଶିଭୁଷଣ ନାୟକଙ୍କୁ ପଚରାଉଚରା କରୁଥିବା ବେଳେ ସ୍କୁଲର ପ୍ରଧାନଶିକ୍ଷକ ଓ ତତ୍କାଳୀନ ଆଇଆଇସି ସୁରଜୀତ ସାଏଙ୍କୁ ମଧ୍ୟ ଜେରା ପାଇଁ ଡାକିଛି। ତେବେ ଇତିଶ୍ରୀ ହତ୍ୟା ମମଲାର ମୁଖ୍ୟ ଅଭିଯୁକ୍ତ ଏଯାଏ ଫେରାର ଥିବା ବେଳେ ଏହି ମାମଲାର ତଦନ୍ତ ପାଇଁ ଏହେଉଛି ରାୟଗଡ଼ାକୁ ସିବିଆଇର ସପ୍ତମ ଯାତ୍ରା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।