ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କର୍ମଯୋଗୀ ଭାବେ ବିରଳ ଉଦାହରଣ ସୃଷ୍ଟି କଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍।ପତ୍ନୀଙ୍କ ପରଲୋକ ସତ୍ତ୍ୱେ ଅଫିସ୍ କାମ କଲେ। ଦିନ ତମାମ ଅଫିସରେ ବସି କୁଳପତି ଚୟନ କାର୍ଯ୍ୟ ତୁଲାଇଲେ। ଆଜି ସେ ୬ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତି ଦେଇଛନ୍ତି।
ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ନଭେମ୍ବର ୧ ତାରିଖରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ରାଜ୍ୟପାଳଙ୍କ ପତ୍ନୀ ସୁଶିଳା ଦେବୀ। ଗତକାଲି ରାତିରେ ତାଙ୍କର ବିୟୋଗ ହୋଇଯାଇଥିଲା। ମୃତଦେହକୁ ଆଜି ପ୍ରଥମେ ରାଜଭବନକୁ ନିଆଯାଇଥିଲା। ପରେ ତାଙ୍କୁ ପୁରୀ ନିଆଯାଇ ଶେଷକୃତ୍ୟ କରାଯାଇଥିଲା। କୋଭିଡ୍ କଟକଣା ମଧ୍ୟରେ ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯାଇ ରାଜ୍ୟର ପ୍ରଥମ ମହିଳାଙ୍କ ଅନ୍ତିମ ସଂସ୍କାର କରାଯାଇଥିବା ଜଣାପଡ଼ିଛି। ପତ୍ନୀଙ୍କ ବିୟୋଗ ସତ୍ତ୍ୱେ ରାଜ୍ୟପାଳ ଅଫିସ କାମ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।