/odisha-reporter/media/post_attachments/uploads/2019/05/hot00000000.jpg)
hot00000000
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଆଜି ବି ତାତିରେ ସିଝିବ ସାରା ଓଡ଼ିଶା। ଗତକାଲି ରାଜ୍ୟରେ ଅସହ୍ୟ ତାତି ଅନୁଭୂତ ହୋଇଥିବା ବେଳେ ଆଜି ମଧ୍ୟ ପ୍ରବଳ ଗ୍ରୀଷ୍ମ ପ୍ରବାହ ହୋଇପାରେ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ହିଟୱେଭ୍ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଅସହ୍ୟ ତାତି ଅନୁଭୂତ ହେବ। ଗତକାଲି ୧୬ଟି ସହରରେ ପାରଦ ୪୦ ଡିଗ୍ରୀ ଟପିଥିଲା।
Advertisment
ଏଥିଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା। ଅନେକ ସହରରେ ରାସ୍ତାଘାଟ ଖାଁ ଖାଁ ହୋଇପଡ଼ିଥିଲା॥ ବାରିପଦା ସହରରେ ଗତକାଲି ସବୁଠୁ ଅଧିକ ତାତି ଅନୁଭୂତ ହୋଇଥିଲା ।
ସେଠାରେ ତାପମାତ୍ରା ୪୪ ଦଶମିକ ୬ ଡିଗ୍ରୀ ରେକର୍ଡ କରାଯାଇଥିଲା । ତାଳଚେର, ବୌଦ୍ଧ, ଝାରସୁଗୁଡ଼ା, ବଲାଙ୍ଗୀର, ଟିଟିଲାଗଡ଼, ଅନୁଗୁଳ, ସୋନପୁର, ନୟାଗଡ, ବାଲେଶ୍ୱର, ହୀରାକୁଦ, ସମ୍ବଲପୁର, ଭବାନୀପାଟଣା, ମାଲକାନଗିରି, ସୁନ୍ଦରଗଡ ଓ କଟକରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
