ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ବିଜେଡିରେ ଯୋଗ ଦେଇପାରନ୍ତି ଝାରସୁଗୁଡ଼ା ବିଧାୟକ ନବ ଦାସ। ଆଜି ମୁଖ୍ୟମନ୍ତ୍ରୀଙ୍କ ଝାରସୁଗୁଡ଼ା ଗସ୍ତ କାର୍ଯ୍ୟକ୍ରମ ରହିଛି। ଅମଲିପାଲି ପଡ଼ିଆରେ ମୁଖ୍ୟମନ୍ତ୍ରୀ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିବେ। ଏହାପରେ ଦଳୀୟ ସମାବେଶରେ ଯୋଗଦେବେ। ଏହି ଅବସରରେ ନବ ଦାସ ବିଜେଡିରେ ଯୋଗ ଦେଇପାରନ୍ତି ବୋଲି କୁହାଯାଉଛି।
ନିକଟରେ ନବ ଦାସ କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଅବଶ୍ୟ ପରେ କଂଗ୍ରେସ ତରଫରୁ କୁହାଯାଇଥିଲା ଯେ ସେ ଇସ୍ତଫା ଦେବା ପୂର୍ବରୁ ତାଙ୍କୁ ବହିଷ୍କାର କରାଯାଇଥିଲା। ଇସ୍ତଫାପତ୍ରରେ ସେ ବିଜେଡିରେ ମିଶିବେ ବୋଲି ଲେଖିଥିଲେ।
ଅନ୍ୟପକ୍ଷରେ ଆଜି ବଲାଙ୍ଗିରରେ ଆୟୋଜିତ ହେବ ଆଞ୍ଚଳିକ ବିଜୁ ଯୁବବାହିନୀ ସମାବେଶ। ଏଥିରେ ଚାରିଟି ଜିଲ୍ଳାର ୩୦ ହଜାର ଯୁବକ ଯୋଗ ଦେବେ। ରାଜେନ୍ଦ୍ର କଲେଜ ପଡିଆରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହେବ। ୩୦ ହଜାର ଲୋକଙ୍କ ପାଇଁ ଖାଇବା, ପିଇବାର ବନ୍ଦୋବସ୍ତ କରାଯାଉଛି। ଏହି ଉତ୍ସବରେ ମଧ୍ୟ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ତେଜୁଛି ଯାଜପୁର କଳି, ପୁଣି ବିଜେଡି-ବିଜେପି ମୁହାଁମୁହିଁ
ଯାଜପୁର ଘଟଣାକୁ ନେଇ ବିଜେଡି ଓ ବିଜେପି ପୁଣି ମୁହାଁମୁହିଁ ହୋଇଛନ୍ତି। ବିଜେଡି ପ୍ରେସମିଟ୍ କରି ପୁଲିସ ଉପରେ ଦୋଷ ଲଦିଥିବାବେଳେ କାଉଣ୍ଟର କରିଛି ବିଜେପି।
Miscellaneous
ଆସିଲା ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା
୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ଖାତାକୁ ଗଲା 'ସୁଭଦ୍ରା' ଟଙ୍କା। ସୁନ୍ଦରଗଡ଼ରେ ଟଙ୍କା ରିଲିଜ୍ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Crime
ବନ୍ଦ କୋଠରୀରୁ ୮ ଦିନ ପରେ ସ୍ୱାମୀ ଉଦ୍ଧାର, ଖାଇବାକୁ ନଦେଇ ନିସ୍ତୁକ ମାଡ଼ ମାରି ବନ୍ଦୀ କରିଥିଲେ ସ୍ତ୍ରୀ
କସ୍ତାନ୍ତିନ ପରିଛା ଓ ତାଙ୍କ ପତ୍ନୀ ପ୍ରାଣ ରଞ୍ଜନି ପରିଛାଙ୍କ ମଧ୍ୟରେ ଦୀର୍ଘ ଦିନ ଧରି ଝଗଡ଼ା ଲାଗି ରହିଥିଲା।
Accident
ଟୋଲଗେଟ୍କୁ ଧକ୍କା ଦେଇ ଜଳିଗଲା କଣ୍ଟେନର, ଡ୍ରାଇଭର ଜୀବନ୍ତଦଗ୍ଧ
ଗତକାଲି ବିଳମ୍ବିତ ରାତିରେ କଣ୍ଟେନରଟି ପଶ୍ଚିମବଙ୍ଗରୁ ତାମିଲନାଡୁ ଯାଉଥିବା ବେଳେ ଘଟିଛି ଏହି ଦୁର୍ଘଟଣା।