ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପୁର ଉପନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ହୋଇଥିବା ପ୍ରଣୟ ସାହୁ ଗତକାଲି କଂଗ୍ରେସରୁ ଇସ୍ତଫା ଦେବାର ୨୪ଘଣ୍ଟା ନପୁରୁଣୁ ଆଜି ବିଜେଡିରେ ସାମିଲ ହେବେ ବୋଲି ଜଣାପଡ଼ିଛି।
ସୂଚନା ଅନୁସାରେ, ନବୀନ ନିବାସରେ ଆଜି ପୂର୍ବାହ୍ନ ୧୧ଟାରେ ଶ୍ରୀ ସାହୁ ନିଜର ସମର୍ଥକଙ୍କ ସହ ବିଜେଡିରେ ସାମିଲ ହେବେ।
ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଦଳର ବରିଷ୍ଠ ନେତାମାନଙ୍କ ଉପସ୍ଥିତିରେ ଶ୍ରୀ ସାହୁ ବିଜେଡିରେ ସାମିଲ ହେବେ।
ଏହି ସମୟରେ ବିଜେପୁର ବିଧାୟିକା ରୀତା ସାହୁ, ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବରଗଡ଼ ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଓ ଅନ୍ୟ ବରିଷ୍ଠ ନେତାମାନେ ଉପସ୍ଥିତ ରହିବେ। ଶ୍ରୀ ସାହୁଙ୍କ ସହ ତାଙ୍କର ପ୍ରାୟ ୧୫୦ଜଣ ସମର୍ଥକ ମଧ୍ୟ ବିଜେଡିରେ ସାମିଲ ହେବେ।
ଉଲ୍ଲେଖଯୋଗ୍ୟ, ଶ୍ରୀ ସାହୁ ସଂଗଠନରେ ତାଙ୍କୁ ପଚରା ଯାଉନଥିବା ଅଭିଯୋଗ ଆଣି ଅଚାନକ କଂଗ୍ରେସରୁ ଇସ୍ତଫା ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ରୁଷରେ ଶାନ୍ତିର ବାର୍ତ୍ତା ପ୍ରଚାର କରୁଛନ୍ତି ବିକେ ସୁଧାରାଣୀ; ସମ୍ମାନିତ କଲେ ରାଷ୍ଟ୍ରପତି
ପ୍ରଧାନମନ୍ତ୍ରୀଙ୍କ ଟାକ୍ସ ‘ପରବର୍ତ୍ତୀ ସମୟରେ ଆଉ ୫ ଜଣଙ୍କୁ ସାଥୀରେ ଆଣିବାକୁ’ ନେଇ ବିକେ ସୁଧାରାଣୀ ଗୁପ୍ତା କହିଛନ୍ତି, ନିଶ୍ଚିତ ଭାବେ ପରବର୍ତ୍ତୀ ପ୍ରବାସୀ ଭାରତୀୟ ଦିବସରେ ଆମେ ଆଉ ୫ ଜଣଙ୍କୁ ସାଥୀରେ ଧରି ଆସିବୁ।
Miscellaneous
ଓଡ଼ିଆ ଝିଅ, ଇଂଲଣ୍ଡରେ ଗଢିଛନ୍ତି ଜଗନ୍ନାଥ ମନ୍ଦିର
୨୦୨୧ ମସିହାରେ ମହାପ୍ରଭୁଙ୍କ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କରିଛୁ। ରୀତିନୀତି ଅନୁସାରେ ମହାପ୍ରଭୁଙ୍କ ପୂଜା ନୀତି ସମ୍ପନ୍ନ ହେଉଛି। ଦୂର ଦୂରାନ୍ତ ଶ୍ରାଦ୍ଧାଳୁମାନେ ଆସୁଛନ୍ତି। ପ୍ରତିଦିନ ମହାପ୍ରସାଦ ଓ ଛପନ ଭୋଗ ପ୍ରସ୍ତୁତ ହେଉଛି।
Accident
ଟ୍ରାକ୍ ପାର ହେଉଥିଲେ ଆରପିଏଫ୍ କନଷ୍ଟେବଳ, ପିଟି ଦେଲା ଟ୍ରେନ୍
ସାମାନ୍ୟ ଅସାବଧାନତାରୁ ଘଟିଗଲା ବଡ଼ ଅଘଟଣ । ଷ୍ଟେସନରେ ମହିଳା ଆରପିଏଫ୍ କନଷ୍ଟେବଳଙ୍କୁ ଧକ୍କା ଦେଲା ଟ୍ରେନ୍ ।
Politics
ଝାରସୁଗୁଡ଼ାରେ ତେଜୁଛି ରାଜନୀତି; କିରିମିରାରେ ହୋଇ ପାରିଲାନି ଅନାସ୍ଥା ଭୋଟିଂ
ଝାରସୁଗୁଡ଼ା ଜିଲ୍ଲାରେ ଆରମ୍ଭ ହୋଇଥିବା ପଲଟିକାଲ ହାଇଡ୍ରାମା ଅଧିକ ରୋଚକ ମୋଡ଼ ନେଇଛି। ବହୁ ଚେଷ୍ଟା ପରେ ବି କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଆଜି ଅନାସ୍ଥା ଭୋଟ ହୋଇ ପାରିନି।
Politics
‘ସୁଭଦ୍ରା ପୋର୍ଟାଲରେ OPT OUT ହୋଇଥିଲେ ପୁଣି କରିହେବ Log In’
OPT OUT ହୋଇଥିବା ଲୋକଙ୍କ ପାଇଁ ସୁଭଦ୍ରା ପୋର୍ଟାରଲେ ପୁଣି ଥରେ ଲଗ୍ ଇନ ସହ ଅପ୍ଟ ଇନର ବ୍ୟବସ୍ଥା କରାଯାଇଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି।