ପୂର୍ବତନ ମୁଖ୍ୟ ଶାସନ ସଚିବ ସୁଧାଂଶୁ ଭୂଷଣ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ମୁଖ୍ୟ ଶାସନ ସଚିବ ସୁଧାଂଶୁ ଭୂଷଣ ମିଶ୍ରଙ୍କର ଗତକାଲି ରାତି ପ୍ରାୟ ସାଢ଼େ ଗୋଟାଏ ବେଳେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ହୋଇଥିଲା। କର୍କଟ ରୋଗରେ ପୀଡ଼ିତ ସୁଧାଂଶୁ ମିଶ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନ ଥିଲା। ତାଙ୍କ ପରଲୋକ ଖବର ପାଇ ଆଜି ସକାଳେ ତାଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ବହୁ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ଭିଡ଼ ଜମି ଥିଲା। ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦିଲ୍ଲୀପ ରାୟ, ପୂର୍ବତନ […]

sudhansu

sudhansu

Rakesh Mallick
  • Published: Friday, 12 August 2016
  • Updated: 12 August 2016, 11:35 AM IST

Sports

Latest News

sudhansuଭୁବନେଶ୍ୱର: ପୂର୍ବତନ ମୁଖ୍ୟ ଶାସନ ସଚିବ ସୁଧାଂଶୁ ଭୂଷଣ ମିଶ୍ରଙ୍କର ଗତକାଲି ରାତି ପ୍ରାୟ ସାଢ଼େ ଗୋଟାଏ ବେଳେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ହୋଇଥିଲା।

କର୍କଟ ରୋଗରେ ପୀଡ଼ିତ ସୁଧାଂଶୁ ମିଶ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ନ ଥିଲା।

ତାଙ୍କ ପରଲୋକ ଖବର ପାଇ ଆଜି ସକାଳେ ତାଙ୍କ ଭୁବନେଶ୍ୱର ସ୍ଥିତ ବାସଭବନରେ ବହୁ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ଭିଡ଼ ଜମି ଥିଲା। ରାଜ୍ୟସଭା ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦିଲ୍ଲୀପ ରାୟ, ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପଟ୍ଟନାୟକ, ସୁର ରାଉତରାୟଙ୍କ ସମେତ ଅନେକ ପୂର୍ବତନ ଆଇଏଏସ୍ ଓ ଆଇପିଏସ୍ ତାଙ୍କର ଅନ୍ତିମ ଦର୍ଶନ କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos