Advertisment

ACF ସୌମ୍ୟରଂଜନ ମୃତ୍ୟୁ ମାମଲା; ତତ୍‌କାଳୀନ DFOଙ୍କ ଅଡୁଆ ବଢ଼ିଲା

ଗତ ୨୦୨୧ ଜୁଲାଇ ୧୧ ତାରିଖ ରାତିରେ ଏସିଏଫ ସୌମ୍ୟରଞ୍ଜନ ଅତି ସନ୍ଦେହଜନକ ଅବସ୍ଥାରେ ପୋଡ଼ି ଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ତା’ ପରଦିନ ତାଙ୍କର ମୃତ୍ୟୁ ହୋଇଥିଲା।

author-image
Jitendra Garnayak
ACF

ମୃତ ଏସିଏଫ ଓ ତାଙ୍କ ପତ୍ନୀ

ପାରେଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରା ଓ ରୋଷେୟା ମନ୍ମଥ କୁମ୍ଭଙ୍କ ଅଡୁଆ ବଢ଼ିଲା। ଉଭୟଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିବା ପରେ ଗିରଫଦାରୀ ଆଶଙ୍କା ସୃଷ୍ଟି ହୋଇଛି । ତେବେ ନିମ୍ନ ଅଦାଲତରେ ନିୟମିତ ଜାମିନ ଆବେଦନ ପାଇଁ ଉଭୟଙ୍କୁ ଅନୁମତି ଦେଇଛନ୍ତି ହାଇକୋର୍ଟ।

Advertisment

ଗତ ୨୦୨୧ ଜୁଲାଇ ୧୧ ତାରିଖ ରାତିରେ ଏସିଏଫ ସୌମ୍ୟରଞ୍ଜନ ଅତି ସନ୍ଦେହଜନକ ଅବସ୍ଥାରେ ପୋଡ଼ି ଯାଇଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ତା’ ପରଦିନ ତାଙ୍କର ମୃତ୍ୟୁ ହୋଇଥିଲା।  

ମାମଲାର ତଦନ୍ତ କରି ପତ୍ନୀ ବିଦ୍ୟାଭାରତୀଙ୍କ ବିରୋଧରେ ଅଗ୍ନି ନିର୍ବାପନରେ ଅବହେଳା ଦଫାରେ ଚାର୍ଜସିଟ ଦାଖଲ କରିବା ସହ ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କୁ କ୍ଲିନଚିଟ ଦେଇଥିଲା କ୍ରାଇମବ୍ରାଞ୍ଚ।  ଏହାକୁ ଚ୍ୟାଲେଞ୍ଜ କରି ସୌମ୍ୟରଞ୍ଜନଙ୍କ ପରିବାର ପାରଳାଖେମୁଣ୍ଡି ଏସଡିଜେଏମ କୋର୍ଟରେ ମାମଲା ଦାଏର କରିଥିଲେ।

Advertisment

ଉକ୍ତ ଆବେଦନର ଶୁଣାଣି କରି ଏସଡିଜେଏମ କୋର୍ଟ ପାରଳାଖେମୁଣ୍ଡି, ଏହି ୩  ଜଣଙ୍କ ବିରୋଧରେ IPC ର ଦଫା ୩୦୨ (ହତ୍ୟା)  ଏବଂ IPC ୧୨୦- ବି (ଅପରାଧିକ ଷଡଯନ୍ତ୍ର ରଚିବା)ରେ ମୋକଦ୍ଦମା ଚାଲିବ ବୋଲି ନିର୍ଦ୍ଦେଶ ଦେଇଥିଲେ। ବାରମ୍ବାର ସମନ ସତ୍ତ୍ୱେ ହାଜର ନହେବାରୁ ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ୨୦୨୩ ମସିହାରେ ଜାମିନ ବିହୀନ ଗିରଫ ପରୱାନା ମଧ୍ୟ ଜାରି ହୋଇଥିଲା। ଯାହାକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରି ଅଭିଯୁକ୍ତମାନେ ସାମୟିକ ଆଶ୍ୱସ୍ତି ପାଇଥିଲେ।