ଭବାନୀପାଟଣା (ରାଜକୁମାର ସିଂହଦେଓ): ଭବାନୀପାଟଣାର ପୂର୍ବତନ ବିଧାୟକ ଅଜିତ ଦାସଙ୍କର ଆଜି ସନ୍ଧ୍ୟାରେ ପରଲୋକ ହୋଇଯାଇଛି। ଭବାନୀପାଟଣାସ୍ଥିତ ନିଜ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଦୀର୍ଘ ଦିନଧରି ଅସୁସ୍ଥ ଥିବା ବେଳେ ହୃଦଘାତ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା।
ଅଜିତ ଦାସ ଥିଲେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଭକ୍ତ ଦାସଙ୍କ ବଡ଼ ଭାଇ। ସେ ଭବାନୀପଟଣାର ବଡ଼ପଡ଼ାରେ ୧୯୪୪ ମସିହା ଜାନୁଆରୀ ୩ ତାରିଖରେ ଜନ୍ମ ହୋଇଥିଲେ। ୧୯୬୭ରେ ସେ ଭାରତୀୟ ବାୟୁସେନାରେ ଯୋଗ ଦେଇଥିଲେ।
ବାୟୁସେନାରୁ ଅବସର ନେଇ ସେ ସମାଜସେବାରେ ନିଜକୁ ଉତ୍ସର୍ଗ କରିଥିଲେ। ୧୯୯୦ ମସିହାରେ ସେ ଜନତା ଦଳ ଟିକେଟ୍ରେ ଭବାନୀପାଟଣା ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।
ଅଜିତ ଦାସଙ୍କ ମୃତ୍ୟୁ ଖବର ପାଇବା ପରେ କଳାହାଣ୍ଡି ଜିଲ୍ଲାରେ ଶୋକରଛାୟା ଖେଳି ଯାଇଛି। ବିଭିନ୍ନ ବର୍ଗର ଲୋକେ ତାଙ୍କ ମୃତ୍ୟୁରେ ଦୁଃଖ ପ୍ରକାଶ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ହଂସିକା-ଅନୀଲ୍ଙ୍କ ଠକାମିର ପୋଲ୍ ଖୋଲିଲେ ତାଙ୍କ ପୂର୍ବତନ କର୍ମଚାରୀ!
ହଂସିକା-ଅନୀଲଙ୍କ ଅଫିସ୍ରେ କାମ କରୁଥିବା ପୂର୍ବତନ କର୍ମଚାରୀ Mr X ପୁଲିସ୍କୁ ଦେଇଥିବା ବୟାନରେ ଲେଖିଛନ୍ତି, ଦୁଇ ବର୍ଷ ତଳେ କଟକରେ ଅନୀଲ ମହାନ୍ତିଙ୍କ ଜନ୍ମଦିନ ପାର୍ଟିରେ ହଂସିକା ଅଭିଲିପ୍ସାଙ୍କ ସହିତ ମୋର ଦେଖା ହୋଇଥିଲା।
Guest Column
ଫେରନ୍ତା ପ୍ରବାସୀଙ୍କୁ ଖୋଲାପତ୍ର
ଏ ରାଜ୍ୟ ଗୋଟିଏ ଚାଷୀ ପ୍ରଧାନ ରାଜ୍ୟ। କିନ୍ତୁ ଏହାର କୃଷକ ପରିବାରର ଆୟ ଏ ପର୍ଯ୍ୟନ୍ତ ମାସିକ ୧୦ ହଜାର ଟଙ୍କା ଛୁଇଁନାହିଁ। ସେହିପରି ଆଦିବାସୀ ପରିବାରର ମାସିକ ଆୟ ୩ ହଜାର ଟଙ୍କା ମଧ୍ୟ ଛୁଇଁନାହିଁ। ଆପଣମାନେ ବିଭିନ୍ନ ଭାବରେ ଅତିଥି ହୋଇ ଆସିଥିଲେ। ଏଣୁ ଏଠାକାର ଆତିଥ୍ୟ ସଂପର୍କରେ ଆପଣଙ୍କୁ ବେଶି କିଛି ଜଣାନଥିବ।
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।
Politics
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।