mla2
ଭଦ୍ରକ (ପାର୍ଥସାରଥୀ ନାୟକ): ବରିଷ୍ଠ ରାଜନେତା ତଥା ଭଣ୍ଡାରିପୋଖରୀର ପୂର୍ବତନ ବିଧାୟକ ପୁରୁଷୋତ୍ତମ ସେଠୀଙ୍କର ଆଜି ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୯୩ ବର୍ଷ ହୋଇଥିଲା।
ଦୀର୍ଘଦିନ ହେଲା ସେ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ। ଭଣ୍ଡାରୀପୋଖରୀ ଵ୍ଲକ ସ୍ଥିତ ରାଣୀପଡ଼ା ଵାସଭବନରେ ଆଜି ସକାଳେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ।
ସ୍ୱର୍ଗତ ସେଠୀ ୧୯୮୦ ରୁ ୧୯୮୫ ମସିହା ପର୍ଯ୍ୟନ୍ତ ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀର ବିଧାୟକ ଥିଲେ । ୧୯୮୫ ରୁ ୧୯୯୦ ପର୍ଯ୍ୟନ୍ତ ସେ ଭାରତୀୟ ଜାତୀୟ କଂଗ୍ରେସର ଅବିଭକ୍ତ ବାଲେଶ୍ୱର ଜିଲ୍ଲାର ସଭାପତି ଥିଲେ। ତା’ ସହ ସେ ବିଭିନ୍ନ କର୍ପୋରେସନ ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଥିଲେ । ତାଙ୍କର ଦେହାନ୍ତ ଖବର ପାଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/03/mla2.jpg)