ସୁନ୍ଦରଗଡ଼ (ବିଜୟ ବରୁଆ): ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ ସାଂସଦ ତଥା ମୋରିସ କୁଜୁରଙ୍କ ପରଲୋକ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଆଜି ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ହୋଇଥିଲା।
ମୋରିସ କୁଜୁର ସୁନ୍ଦରଗଡ଼ ଜିଲ୍ଲା କିଞ୍ଜିରକେଲା ଥାନା ଅନ୍ତର୍ଗତ ଭାଲୁମୁଣ୍ଡାରେ ୧୯୩୫ ମସିହା ନଭେମ୍ବର ୨ ତାରିଖରେ ଜନ୍ମ ହୋଇଥିଲେ। ସେ ୧୯୮୪ ରୁ ୧୯୮୯ ଯାଏ ଲୋକସଭା ସାଂସଦ ଥିଲେ। ଏଥିସହ ୧୯୯୬ରୁ ୨୦୦୨ ଯାଏ ରାଜ୍ୟସଭା ସାଂସଦ ଏବଂ ୨୦୦୮ ରୁ ୧୧ ଯାଏ ଜାତୀୟ ଏସଟି କମିଶନ ଅଧ୍ୟକ୍ଷ ଭାବରେ ଦାୟିତ୍ୱ ତୁଲାଇଥିଲେ। ସେ ଜିଲ୍ଲାରେ ଅନେକ ଉନ୍ନୟନ ମୂଳକ କାର୍ଯ୍ୟ କରିଛନ୍ତି।
ପୂର୍ବରୁ ତାଙ୍କ ପତ୍ନୀଙ୍କ ଦେହାନ୍ତ ହୋଇଯାଇଥିବା ବେଳେ ବର୍ତ୍ତମାନ ତାଙ୍କର ଦୁଇ ପୁଅ ଓ ଦୁଇ ଝିଅ ଅଛନ୍ତି। ଆସନ୍ତାକାଲି ସୁନ୍ଦରଗଡ଼ରେ ତାଙ୍କର ଅନ୍ତିମ ସଂସ୍କାର କରାଯିବ ବୋଲି ତାଙ୍କ ସାନ ପୁଅ ପ୍ରଭାତ କୁଜୁର କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।