ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅବସରପ୍ରାପ୍ତ ପ୍ରଶାସକ ତଥା ଜଣାଶୁଣା ସାହିତ୍ୟିକ ବିଜୟ ନାୟକଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅତିରିକ୍ତ ଗଣମାଧ୍ୟମ ସଚିବ ଭାବେ ନିଯୁକ୍ତି ମିଳିଛି । ସଂସ୍କୃତି ବିଭାଗର ନିର୍ଦ୍ଦେଶକ ପଦବୀରୁ ଅବସର ନେବା ପରେ ସେ ସାକ୍ଷୀଗୋପାଳରେ ନିର୍ମାଣ ହେଉଥିବା ଓଡ଼ିଆ ବିଶ୍ୱବିଦ୍ୟାଳୟର ଓଏସ୍ଡି ଭାବେ ନିଯୁକ୍ତି ପାଇଥିଲେ । ଏହି ପଦବୀରୁ ସେ ଜୁନ ଶେଷ ସପ୍ତାହରେ ଇସ୍ତଫା ଦେଇଥିବା ବେଳେ ନୂଆ ପଦବୀରେ ଦାୟିତ୍ୱ ଗ୍ରହଣ କରିଛନ୍ତି ।
ଦ୍ରୌପଦୀ ମୁର୍ମୁ ୨୦୦୦ରୁ ୨୦୦୨ ମସିହା ପର୍ଯ୍ୟନ୍ତ ବାଣିଜ୍ୟ ଓ ପରିବହନ ଓ ମତ୍ସ୍ୟ ଓ ପଶୁ ସଂପଦ ବିଭାଗର ମନ୍ତ୍ରୀ ଥିବା ବେଳେ ବିଜୟ ନାୟକ ତାଙ୍କର ବ୍ୟକ୍ତିଗତ ସଚିବ ଥିଲେ ।
ବିଜୟ ନାୟକ ଓଡ଼ିଶା ସାହିତ୍ୟ ଜଗତର ଜଣେ ଜଣାଶୁଣା ଚେହେରା ହୋଇଥିବା ବେଳେ ଦୀର୍ଘ ୨୦ ବର୍ଷ ହେଲା ସାହିତ୍ୟ ପତ୍ରିକା ‘କାହାଣୀ’ର ସଂପାଦକ ଅଛନ୍ତି। ଛାତ୍ର ଜୀବନରେ ସେ ଭଦ୍ରକ କଲେଜ ଛାତ୍ର ୟୁନିୟନ ଓ ଉତ୍କଳ ୟୁନିଭରସିଟି ଛାତ୍ର ୟୁନିୟନର ସଭାପତି ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।