ପର୍ଯ୍ୟଟକଙ୍କ ପାଇଁ ‘ଏକଜୋଟିକ୍ ଇଡେନ୍’ ପୁସ୍ତକ ଉନ୍ମୋଚିତ

ଏଥିରେ ଓଡ଼ିଶାର ୩୦ଟି 'ଗ୍ଲାମର ଟୁରିଷ୍ଟ ସ୍ପଟ'ର ସମ୍ପୂର୍ଣ୍ଣ ବିବରଣୀ ସହ ରଙ୍ଗୀନ ଫଟୋ ଦିଆଯାଇଛି।

ବହି ଉନ୍ମୋଚନ କରୁଛନ୍ତି ରାଜ୍ୟପାଳ

  • Published: Saturday, 18 February 2023
  • , Updated: 18 February 2023, 09:14 PM IST

ଗବେଷକ ଓ ସାମ୍ବାଦିକ ଜିତେନ୍ଦ୍ର ପଟ୍ଟନାୟକ ଏବଂ ଶିକ୍ଷାବିତ ଓ ଉପସ୍ଥାପକ ଶୁଭେନ୍ଦୁ ମହାନ୍ତିଙ୍କ ଦ୍ୱାରା ଲିଖିତ ‘ଏକକଜୋଟିକ ଇଡେନ-ଦି ଲଭର୍ସ ଡେଷ୍ଟିନେସନ ଅଫ ଓଡ଼ିଶା' ('Exotic EDEN-THE LOVERS' Destination of Odisha') ପୁସ୍ତକକୁ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗୁରୁବାର ଉନ୍ମୋଚନ କରିଛନ୍ତି I

୧୪୦-ପୃଷ୍ଠା ସମ୍ବଳିତ ଇଂରାଜୀ ଭାଷାରେ ଲିଖିତ ପୁସ୍ତକଟି ସମ୍ପୂର୍ଣ୍ଣ ରଙ୍ଗୀନ I ଏଥିରେ ଓଡ଼ିଶାର ୩୦ଟି 'ଗ୍ଲାମର ଟୁରିଷ୍ଟ ସ୍ପଟ'ର ସମ୍ପୂର୍ଣ୍ଣ ବିବରଣୀ ସହ ରଙ୍ଗୀନ ଫଟୋ ଦିଆଯାଇଛି।

ଏଇ ଅନାଲୋଚିତ 'ପ୍ରେମର ପ୍ରତୀକ' ପର୍ଯ୍ୟଟନ ସ୍ଥଳୀଗୁଡ଼ିକ ମଧ୍ୟରେ ହନିମୁନ ଆଇଲ୍ୟାଣ୍ଡ, ପୁଟୁଡ଼ି, କୋଇଲି ଘୋଘର, ଫୁର୍ଲିଝରଣ, ରାଜହଂସ, ଦେଓମାଳି, ଦାରିଙ୍ଗବାଡ଼ି, ସରାଫଗଡ଼-ବାଡ଼ୁନଝରିଆ,ତାଳସାରି, ପ୍ରଧାନପାଟ, ଦେବ୍ରୀଗଡ଼, ଚନ୍ଦ୍ରଭାଗା, ଭିତରକନିକା, ହୀରାକୁଦ ଓ ଗୋଲଡେନ ବିଚ ଅନ୍ୟତମ। ଏସବୁ ସ୍ଥାନଗୁଡିକୁ ଦେଶୀୟ ଓ ଆନ୍ତର୍ଜାତିକ ସ୍ତରର ପର୍ଯ୍ୟଟକମାନେ କେମିତି ଯିବେ, କେଉଁଠି ରହିବେ ଓ କଣ ଖାଦ୍ୟ ସେବନ କରିବେ ତାର ସମ୍ପୂର୍ଣ୍ଣ ତଥ୍ୟ ପୁସ୍ତକରେ ସନ୍ନିବିଷ୍ଟ ହୋଇଛି।

ବିଶେଷକରି ଓଡ଼ିଶା ସରକାରଙ୍କ ଦ୍ୱାରା ପର୍ଯ୍ୟଟକଙ୍କ ପାଇଁ କରାଯାଇଥିବା ସୁରକ୍ଷା ବ୍ୟବସ୍ଥା ଏବଂ ରାଜ୍ୟ ପର୍ଯ୍ୟଟନ ବିଭାଗ ଦ୍ୱାରା ଜାରି ହୋଇଥିବା ଗୁରୁତ୍ୱପୂର୍ଣ୍ଣ ଟେଲିଫୋନ ନମ୍ବର ଓ ହେଲ୍ପଲାଇନ ଆଦି ବି ଦିଆଯାଇଛି I ଫ୍ଲିପକାର୍ଟ, ଆମଜନ ଭଳି ଅନଲାଇନ ସାଇଟରେ ବି ପୁସ୍ତକଟି ଉପଲବ୍ଧ I

Related story