ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର ଡିଆରଡିଓର କିଛି ବିସ୍ଫୋରକ ସାମଗ୍ରୀ ଗତକାଲି ଜନବସତିରେ ପଡ଼ିଲା । ସଦର ବ୍ଲକ ଜୟଦେବ କସବା ପଞ୍ଚାୟତର ଏଗାର ହଜାର ଲୁଣାପାହି ଗାଁରେ ଏହି ବିସ୍ଫୋରକ ସାମଗ୍ରୀ ଖସିପଡିଥିବା ଜଣାଯାଇଛି। ପ୍ରଚଣ୍ଡ ଶବ୍ଦରେ ସ୍ଥାନୀୟ ଅଞ୍ଚଳ କମ୍ପି ଉଠିଥିବା ବେଳେ ଅଞ୍ଚଳବାସୀ ଭୟଭୀତ ହୋଇପଡିଥିଲେ ।
ମୁଷା ପାତ୍ରଙ୍କ ନାମକ ବ୍ୟକ୍ତିଙ୍କ ଫାର୍ମହାଉସରେ ଏହି ବିସ୍ଫୋରକ ସାମଗ୍ରୀ ଖସି ପଡିବା ସହ ମାଟିର ୨୦ଫୁଟ ଗଭୀରକୁ ଯନ୍ତ୍ରାଂଶ ଗଳିପଡିଥିବା ସୁଚନା ମିଳିଛି । ତେବେ କେମିତି ଓ କେଉଁ ପରିସ୍ଥିତିରେ ଏଭଳି ଏକ ଘଟଣା ଘଟିଲା ସେନେଇ ଡିଆରଡିଓ ପକ୍ଷରୁ କୌଣସି ସୂଚନା ମିଳିନାହିଁ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।