ପ୍ରଫୁଲ୍ଲ ଘଡ଼ାଇଙ୍କ ଉପରୁ ବହିଷ୍କାର ଆଦେଶ ଉଠାଇଲେ ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲା ସୁକିନ୍ଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଘଡ଼ାଇଙ୍କ ଉପରୁ ବହିଷ୍କାର ଆଦେଶ ଉଠିଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ତାଙ୍କ ଉପରୁ ବହିଷ୍କାର ଆଦେଶ ଉଠାଇଛନ୍ତି। ବିଜେଡି ରାଜ୍ୟ ସମ୍ପାଦକ ବିଜୟ ନାୟକ ଏନେଇ ଏକ ପ୍ରେସ୍‌ ଇସ୍ତାହାରରେ ଜଣାଇଛନ୍ତି। ସୂଚନାରୁ ପ୍ରକାଶ, ପ୍ରଫୁଲ୍ଲ ଘଡ଼ାଇ ଦଳ ବିରୋଧରେ ଅରୁଚିକର ମନ୍ତବ୍ୟ ଦେଇଥିଲେ। ଯାହାକୁ ନେଇ ଦଳ ଭିତରେ ଅସନ୍ତୋଷ ଗୁଞ୍ଜରିତ ହେଉଥିଲା। ଏପରିକି ଦଳର […]

prafulla-ghadai

Manoranjan Sial
  • Published: Monday, 18 March 2019
  • , Updated: 18 March 2019, 05:17 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଯାଜପୁର ଜିଲ୍ଲା ସୁକିନ୍ଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଘଡ଼ାଇଙ୍କ ଉପରୁ ବହିଷ୍କାର ଆଦେଶ ଉଠିଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ତାଙ୍କ ଉପରୁ ବହିଷ୍କାର ଆଦେଶ ଉଠାଇଛନ୍ତି। ବିଜେଡି ରାଜ୍ୟ ସମ୍ପାଦକ ବିଜୟ ନାୟକ ଏନେଇ ଏକ ପ୍ରେସ୍‌ ଇସ୍ତାହାରରେ ଜଣାଇଛନ୍ତି।

ସୂଚନାରୁ ପ୍ରକାଶ, ପ୍ରଫୁଲ୍ଲ ଘଡ଼ାଇ ଦଳ ବିରୋଧରେ ଅରୁଚିକର ମନ୍ତବ୍ୟ ଦେଇଥିଲେ। ଯାହାକୁ ନେଇ ଦଳ ଭିତରେ ଅସନ୍ତୋଷ ଗୁଞ୍ଜରିତ ହେଉଥିଲା। ଏପରିକି ଦଳର ବରିଷ୍ଠ ନେତାମାନେ ନବୀନଙ୍କୁ ଭେଟି ପ୍ରଫୁଲ୍ଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କରିବାକୁ ଦାବି କରିଥିବା ଆଲୋଚନା ହେଉଥିଲା। ଶେଷରେ ୨୦୧୪ ସେପ୍ଟେମ୍ୱର ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଦଳରୁ ବହିଷ୍କାର କରିଥିଲେ।

Related story