ଭୁବନେଶ୍ୱର(ଓଡିଶା ରିପୋର୍ଟର): ଆଇପିଏସ୍ ଅନୁପ ସାହୁଙ୍କ ନାଁରେ ଏକ ଫେକ୍ ଫେସବୁକ୍ ଆକାଉଣ୍ଟ ଖୋଲାଯାଇଛି। ବର୍ତ୍ତମାନ ଗୁଇନ୍ଦା ବିଭାଗ ଡିଆଇଜି ଥିବା ଖୋଦ୍ ଅନୁପ ନିଜେ ଏହି ସୂଚନା ଦେଇଛନ୍ତି। ତେବେ ଏଥିରୁ କୌଣସି ଫ୍ରେଣ୍ଡ ରିକ୍ୟୁଏଷ୍ଟ ଗ୍ରହଣ ନକରିବାକୁ ସେ ସୋଶାଲ ମିଡିଆରେ ଅନୁରୋଧ କରିଛନ୍ତି। ଏହାସହିତ ସେ ସାଇବର ଥାନାରେ ଏତଲା ଦେବେ ବୋଲି ମଧ୍ୟ କହିଛନ୍ତି।
ଅନୁପ ପୂର୍ବରୁ ଭୁବନେଶ୍ୱର ଡିସିପି ଥିଲେ। ତେବେ କଛିଦିନ ହେଲା ବହୁ ବଡବଡିଆଙ୍କ ନାଁରେ ଫେସବୁକ୍ ଓ ଟ୍ୱିଟରର ଫେକ ଆକାଉଣ୍ଟମାନ ଖୋଲାଯାଉଥିବାର ଦେଖିବାକୁ ମିଳୁଛି। କେତେକ ସ୍ଥାନରେ ଲୋକେ ନକଲି ଆଇଡି ସହାୟତାରେ ଟଙ୍କା ମଧ୍ୟ ମାଗୁଛନ୍ତି।
ସମ୍ପୃକ୍ତ ବ୍ୟକ୍ତିଙ୍କ ନଜରକୁ ଆସିବା ପରେ ଏନେଇ ସେମାନେ ପ୍ରତିବାଦ କରିବା ସହ ପୁଲିସର ଧ୍ୟାନ ଆକର୍ଷଣ କରୁଛନ୍ତି। ସାଇବର ଅପରାଧ ନିୟନ୍ତ୍ରଣ ପାଇଁ ଆଇନ ଥିଲେ ସୁଦ୍ଧା ଅପରାଧୀମାନେ ଅନେକ ସ୍ଥଳରେ ଧରାପଡୁ ନାହାନ୍ତି। ତେଣୁ ଏହା ପୁଲିସ ପ୍ରଶାସନ ପାଇଁ ବଡ଼ ଚିନ୍ତାର ବିଷୟ ସାଜିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଏସକେ ମାର୍ଟରେ ଲାଗିଲା ନିଆଁ, ଆଖି ପିଛୁଳାକେ ସବୁ ଜଳିଗଲା
ରାୟଗଡ଼ା ଏସକେ ମାର୍ଟରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ଲକ୍ଷାଧିକ ଟଙ୍କାର ଲୁଗା । କନଭେଣ୍ଟ ସ୍କୁଲ ଛକରେ ଥିବା ୪ ମହଲା ବିଶିଷ୍ଟ ଏସକେ ମାର୍ଟରେ ନିଆଁ ଲାଗିଛି ।
Events & Festivals
ଆଜି ଉଦଯାପିତ ହେବ ପ୍ରବାସୀ ଭାରତୀୟ ସମ୍ମେଳନ, ସାମିଲ ହେବେ ରାଷ୍ଟ୍ରପତି
ପ୍ରବାସୀ ଭାରତୀୟ ସମ୍ମେଳନରେ ସାମିଲ ହେବା ଲାଗି ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ଯୋଗ ଦେବେ ମହାମହିମ।
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।