କାମାକ୍ଷାନଗର(ରାକେଶ ଦେହୁରୀ): ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ୍ ଏକତାଳି ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଅର୍ଥାଭାବରୁ ଶବ ବ୍ୟବଚ୍ଛେଦ ପାଇଁ କାନ୍ଧରେ ପୁଅର ଶବକୁ ଡାକ୍ତରଖାନାକୁ ବୋହିକି ନେଲେ ପରିବାର ଲୋକେ।
ସୂଚନାଅନୁସାରେ, ଗତକାଲି ରାତିରେ ଗାଁର ଜଗା ମୁଣ୍ଡାଙ୍କ ପୁଅ ସୁମନ୍ତ (୯) କ୍ରସର କ୍ୟାମ୍ପ୍ରେ ଥିବା ଘରେ ଶୋଇଥିଲା। ଏହି ସମୟରେ ଏକ ବିଷାକ୍ତ ସାପ ତାଙ୍କୁ କାମୁଡ଼ି ଦେଇଥିଲା। ସଙ୍ଗେସଙ୍ଗେ ତାଙ୍କୁ କାମାକ୍ଷାନଗର ଡାକ୍ତରଖାନାକୁ ନିଆଯାଇଥିଲା। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ଘର ଲୋକ ଏକ ଅଟୋ ଭଡ଼ା କରି ମୃତଦେହକୁ ଘରକୁ ଆଣିଥିଲେ। ଡାକ୍ତର କହିଛନ୍ତି, ରାତିରେ ଶବ ବ୍ୟବଚ୍ଛେଦ ପାଇଁ କୁହାଯାଇଥିଲେ ମଧ୍ୟ ସେମାନେ ଶୁଣି ନଥିଲେ ଓ ଶବକୁ ନେଇଯାଇଥିଲେ।
ଆଜି ସକାଳେ ଆଶା ଦିଦି ଏବଂ ସ୍ଥାନୀୟ ସରପଞ୍ଚ ଶବ ବ୍ୟବଚ୍ଛେଦ ହେଲେ ସହାୟତା ମିଳିବ ବୋଲି କହିବା ପରେ ପରିବାର ଲୋକେ ପୁଅର ଶବକୁ କାନ୍ଧରେ ବୋହି ବୋହି ଡାକ୍ତରଖାନାକୁ ନେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।