ଟିଟିଲାଗଡ଼ (ମାନସ ରଞ୍ଜନ ମହାନ୍ତି): ଋଣ ଭାର ସହି ନପାରି କଳାହାଣ୍ଡି ଜିଲ୍ଲା ମାଦିଗୁଡ଼ା ଗାଁରେ ଜଣେ ଚାଷୀ କୀଟନାଶକ ପିଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ବାହାଦୂର ରଣା।
ସୂଚନା ଅନୁସାରେ, ବାହାଦୂର ୪ ଏକର ଜମିରେ କପା ଚାଷ କରିଥିଲେ। ତେଣୁ ସେ ବିଭିନ୍ନ ବ୍ୟାଙ୍କ ଓ ମହାଜନଙ୍କ ଠାରୁ ଋଣ ଆଣିଥିଲେ। ଗତକାଲି ସେ ଜମିରେ କୀଟନାଶକ ଛିଞ୍ଚିବାକୁ ଯାଇଥିଲେ। ସେଠାରେ କୀଟନାଶକ ପିଇ ଦେଇଥିଲେ।
ତାଙ୍କୁ ଗୁରୁତର ଅବସ୍ଥାରେ ଟିଟିଲାଗଡ଼ ଡାକ୍ତରଖାନାକୁ ଅଣାଯାଇଥିଲା। ହେଲେ ଆଜି ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି।
ତାଙ୍କ ପରିବାର ଲୋକେ କହିଛନ୍ତି ଯେ ସେ ବ୍ୟାଙ୍କ, ବିଭିନ୍ନ ଗ୍ରୁପ୍ ଓ ମହାଜନଙ୍କଠାରୁ ପ୍ରାୟ ୩ରୁ ୪ ଲକ୍ଷ ଟଙ୍କା ଋଣ ଆଣିଥିଲେ। ଋଣ ଚିନ୍ତାରେ ଘାରି ହୋଇ ସେ ଆତ୍ମହତ୍ୟା କରିଛନ୍ତି। ଏନେଇ ଟିଟିଲାଗଡ଼ ଥାନାରେ ଏକ ମାମଲା ରୁଜୁ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।