ବଣାଇ(ରଣଜିତ୍ ଚୌଧୁରୀ): ହଳ କରିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଚାଷୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ ବଡ଼ ଗୋଗୁଆ ଗାଁରେ। ମୃତ ଚାଷୀଙ୍କ ନାଁ ଶ୍ୟାମଘନ ସାହୁ।
ଆଜି ସକାଳେ ଶ୍ୟାମଘନ ନିଜ ଚାଷ ଜମିରେ ହଳ କରିବାକୁ ଯାଇଥିଲେ। ଏହି ସମୟରେ ଜମି ଭିତରେ ତାଙ୍କର ଏକ ବଳଦ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲା। ବଳଦକୁ ଉଦ୍ଧାର କରିବାକୁ ଯାଇ ଶ୍ୟାମଘନ ବିଦ୍ୟୁତ୍ ସଂସ୍ପର୍ଶରେ ଆସିଥିଲେ। ଫଳରେ ବଳଦ ସହ ଶ୍ୟାମଘନଙ୍କ ମଧ୍ୟ ମୃତ୍ୟୁ ଘଟିଥିଲା। ଏହାପରେ ଗାଁ ଲୋକେ ପୁଲିସ୍କୁ ଖବର ଦେଇଥିଲେ।
ପୁଲିସ୍ ଘଟଣାସ୍ଥରେ ପହଞ୍ଚିଥିଲେ ମଧ୍ୟ ବିଦ୍ୟୁତ୍ ବିଭାଗର କୌଣସି କର୍ମଚାରୀ ନ ପହଞ୍ଚିବାରୁ ଗାଁ ଲୋକେ ଓ ମୃତକଙ୍କ ପରିବାର ଲୋକେ ବଣାଇ ବିଦ୍ୟୁତ୍ କାର୍ଯ୍ୟାଳୟରେ ଭଙ୍ଗାରୁଜା କରିଛନ୍ତି। ଘଟଣାସ୍ଥଳରେ ଉତ୍ତେଜନାକୁ ଦୃଷ୍ଟିରେ ରଖି ପୁଲିସ୍ ମୁତୟନ କରାଯାଇଛି। ବିଦ୍ୟୁତ୍ ବିଭାଗର ବେପରୁଆ ମନୋଭାବ ଯୋଗୁ ଚାଷୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତ ଚାଷୀଙ୍କ ପରିବାରକୁ କ୍ଷତିପୂରଣ ଦେବାକୁ ଗାଁ ଲୋକେ ଦାବି କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।