ବିନିକା(ଦିଲୀପ ସାହୁ): ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଯୁବ ଚାଷୀଙ୍କ ମୃତ୍ୟୁ ପରେ ଲାଇନ୍ମ୍ୟାନଙ୍କୁ ଗଛରେ ବାନ୍ଧି ପକାଇଲେ ଲୋକେ । ଏହାକୁ ନେଇ ଗାଁରେ ଲାଗି ରହିଛି ଉତ୍ତେଜନା । ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗିଧମାଲ ଗାଁରେ ଆଜି ଏପରି ଘଟଣା ଘଟିଛି।
ମୃତକ ହେଲେ କୈଳାସ ଚନ୍ଦ୍ର ସାହୁ। ଗତ ରାତିରେ ସେ ବିଲକୁ ପାଣି ମଡ଼ାଇବାକୁ ଯାଇଥିଲେ। ବହୁତ ସମୟ ପରେ ବି ନ ଫେରିବାରୁ ପରିବାର ଓ ଗାଁ ଲୋକେ ଖୋଜାଖୋଜି କରିଥିଲେ। ଆଜି ସକାଳେ ଟ୍ରାନ୍ସଫର୍ମର ନିକଟରୁ ହିଁ କୈଳାସଙ୍କ ମୃତଦେହ ମିଳିଥିଲା। ଫ୍ୟୁଜ୍ ବାନ୍ଧିବାକୁ ଯାଇ ବିଦ୍ୟୁତ୍ ଆଘାତରେ ତାଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ଏହାକୁ ନେଇ ଗାଁରେ ଦେଖା ଦେଇଥିଲା ଉତ୍ତେଜନା।
ଖବର ପାଇ ରାମପୁର ସେକ୍ସନର ଲାଇନ ମ୍ୟାନ ସକାଳ ପ୍ରାୟ ୯ଟାରେ ଘଟଣାସ୍ଥଳକୁ ଆସିବା ପରେ ତାଙ୍କୁ ଗାଁ ଲୋକେ ବାନ୍ଧି ପକାଇଥିଲେ। ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ତାଙ୍କୁ ଉଦ୍ଧାର କରିବା ନିମନ୍ତେ ପୁଲିସ୍ କିମ୍ବା ବିଭାଗୀୟ ଅଧିକାରୀ ପହଞ୍ଚି ନ ଥିବା ଜଣାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Guest Column
ଓଡ଼ିଶା ସନ୍ଥ ଓ ବିଦ୍ୱାନଙ୍କ ଭୂମି: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
ବନ୍ଧୁଗଣ! ଓଡ଼ିଶାର ସନ୍ଥ କବି ଭୀମ ଭୋଇ କହିଥିଲେ, ମୋ ଜୀବନ ପଛେ ନର୍କେ ପଡ଼ିଥାଉ, ଜଗତ ଉଦ୍ଧାର ହେଉ। ଏହାର ଭାବାର୍ଥ ହେଉଛି ଯେ ମୋତେ ଯେତେ ଯନ୍ତ୍ରଣା ସହିବାକୁ ପଡ଼ୁ ପଛେ...କିନ୍ତୁ ଦୁନିଆକୁ ରକ୍ଷା କରାଯାଉ। ଏହା ମଧ୍ୟ ଓଡ଼ିଶାର ସଂସ୍କୃତି। ଓଡ଼ିଶା ସମଗ୍ର ଦେଶ ତଥା ସମଗ୍ର ମାନବ ସମାଜର ସେବା କରୁଛି।
Accident
ଅଟୋକୁ ଧକ୍କା ଦେଲା ବିଧାୟକଙ୍କ ଗାଡ଼ି; ୪ ଆହତ
ଦୁର୍ଘଟଣା ନେଇ ବିଧାୟକଙ୍କର କୌଣସି ପ୍ରତିକ୍ରିୟା ମିଳିନାହିଁ।
Crime
ତୁଚ୍ଛ ହେଲା ରକ୍ତ ସମ୍ପର୍କ; ବଡ଼ ଭାଇର ଜୀବନ ନେଲା ସାନ ଭାଇ
ରବିବାର ବିଳମ୍ବିତ ରାତିରେ କୌଣସି କଥାକୁ ନେଇ ସୁନିଲ ଓ ସୁଶିଲଙ୍କ ମଧ୍ୟରେ ବଚସା ହୋଇଥିଲା ।
Accident
କଲଭର୍ଟରେ ପିଟି ହୋଇ ଓଲଟିଲା ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍; ୨ ଗୁରୁତର
ଆଜି ସକାଳେ ପିଆଜ ବୋଝେଇ ପିକ୍ଅପ୍ ଭ୍ୟାନ୍ଟି ବିନିକାରୁ ସୋନପୁର ଅଭିମୁଖେ ଯାଉଥିଲା।
Entertainment
ମହଙ୍ଗା ପଡ଼ିଲା ବିନା ହେଲମେଟରେ ରିଲ୍ସ; ରାନୀ ପ୍ରିୟଦର୍ଶିନୀଙ୍କ ଗାଡ଼ି ଜବତ
ବିନା ହେଲମେଟରେ ସ୍କୁଟି ଚଳାଇ ରିଲ୍ସ କରି ସୋଶାଲ ମିଡିଆରେ ପୋଷ୍ଟ କରିଥିଲେ ରାନୀ ପ୍ରିୟଦର୍ଶିନୀ।