କଣ୍ଟାବାଞ୍ଜି (ଅନ୍ତିମ ପାଣିଗ୍ରାହୀ): ମାଆ ଓ ପୁଅ ବିଲରେ କାମ କରୁଥିଲେ। ହଠାତ୍ ଆକାଶରୁ ଖସିଲା ନିଆଁ। ଆଜି ବିଲ ମଝିରେ ଟଳି ପଡ଼ିଲେ ପୁଅ। ମାଆ ଚେତା ହରାଇ ପଡ଼ିଲେ। ଏପରି ହୃଦୟବିଦାରକ ଘଟଣା ବଲାଙ୍ଗିର ଜିଲ୍ଲାରେ ଘଟିଛି।
ଆଜି ବଙ୍ଗୋମୁଣ୍ଡା ଥାନା ଧୁଣ୍ଡିମହୁଲ ଗାଁର ଗଜାନନ ସାହୁ ଓ ତାଙ୍କ ମାଆ ଭରଦେଇ ସାହୁ ବିଲକୁ କାମ କରିବାକୁ ଯାଇଥିଲେ। ଅପରାହ୍ନ ପ୍ରାୟ ୪ଟା ସମୟରେ ଆକାଶରେ ଘୋଟି ଆସିଥିଲା କଳାହାଣ୍ଡିଆ ମେଘ। ପରେ ଝିପି ଝିପି ବର୍ଷା ହେବା ସହିତ ଘଡଘଡି ମାରିଥିଲା। ଆଉ ଉଭୟ ମାଆ ଓ ପୁଅ ଚେତା ହରାଇ ପଡ଼ିଥିଲେ। ପାଖ ଚାଷୀମାନେ ଉଭୟଙ୍କୁ ଉଦ୍ଧାର କରି କଣ୍ଟାବାଞ୍ଜି ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଗଜାନନଙ୍କୁ ମୃତ ଘୋଷଣା କରିଥିଲେ। ତେବେ ମାଆ ଭରଦେଇଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉଦ୍ବେଗଜନକ ରହିଛି। ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଯୌତୁକ ପାଇଁ ମାରିଦେଲେ! ୧୦ ମାସ ତଳେ ହୋଇଥିଲା ବାହାଘର
ବାପ ଘର ଲୋକ ଅଭିଯୋଗ କରିଛନ୍ତି ଯେ ଯୌତୁକ ପାଇଁ ଝିଅକୁ ହତ୍ୟା କରାଯାଇଛି। ଶ୍ୱଶୁର ଘର ଲୋକେ କହିଛନ୍ତି ଯେ ସେ ଆତ୍ମହତ୍ୟା କରିଛନ୍ତି। ଯଦି ଆତ୍ମହତ୍ୟା କରିଛନ୍ତି, ତା’ହେଲେ ତା’ର କାରଣ ଯୌତୁକ ନିର୍ଯାତନା ନୁହେଁ ତ?
Events & Festivals
ମହାରାଜ କଂସଙ୍କ ନିମନ୍ତ୍ରଣ, ଧନୁଯାତ୍ରା ଦେଖିବାକୁ ଯିବେ ମୁଖ୍ୟମନ୍ତ୍ରୀ
ବିଶ୍ଵପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ସାମିଲ ହେବାକୁ ସନ୍ଧ୍ୟାରେ ବରଗଡ଼ରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ l
Miscellaneous
ନକ୍ସଲ ଡମ୍ପ ଠାବ; ବନ୍ଧୁକ ଓ ଗୁଳି ଜବତ
ସାଧାରଣ ଲୋକଙ୍କୁ ଅବା ସୁରକ୍ଷା କର୍ମଚାରୀଙ୍କୁ ଟାର୍ଗେଟ କରିବା ଉଦ୍ଦେଶ୍ୟରେ ନକ୍ସଲମାନେ ଏହି ଡମ୍ପକୁ ବ୍ୟବହାର କରିଥା’ନ୍ତେ ବୋଲି ଆଜି ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ କହିଥିଲେ ମାଲକାନଗିରି ଏସ୍ପି।
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।