ଜଳେଶ୍ୱର (ଅଜିତ ଦାସ): ବିଲରେ କାମ କରୁଥିବା ବେଳେ ଜଣେ ଯୁବ ଚାଷୀ ଟଳି ପଡ଼ିଛନ୍ତି। ଆଜି ଏପରି ଘଟଣା ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନା ଅଞ୍ଚଳରେ ଘଟିଛି। ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିନଥିବା ବେଳେ ଅଂଶୁଘାତରେ ଯୁବ ଚାଷୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।
ଭୋଗରାଇ ଥାନା ଅନ୍ତର୍ଗତ ଟେଙ୍ଗରାମାରୀ ଗାଁର ନଗେନ୍ଦ୍ର ଜେନା (୪୫) ଆଜି ବିଲକୁ କାମ କରିବା ପାଇଁ ଯାଇଥିଲେ। ସେ ବିଲରେ କାମ କରୁଥିବା ବେଳେ ହଠାତ ଅସୁସ୍ଥ ହୋଇ ତଳେ ପଡ଼ି ଯାଇଥିଲେ। ତାଙ୍କୁ ସଙ୍ଗେ ସଙ୍ଗେ ଉଦ୍ଧାର କରି ଜଳେଶ୍ୱରପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଅଂଶୁଘାତରେ ତାଙ୍କର ମୃତ୍ୟୁ ଘଟିଥିବା ତାଙ୍କ ପରିବାର ଅଭିଯୋଗ କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅବକାରୀ କର୍ମଚାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ ଗାଁ ଲୋକେ, ଦୁଇ ଗୁରୁତର
କନର୍ଲା ଗାଁରେ ବିପୁଳ ବେଆଇନ ମଦ କାରବାର ହେଉଥିବା ନେଇ ଅବକାରୀ ବିଭାଗ ପାଖରେ ଖବର ପହଞ୍ଚିଥିଲା। ଏହାପରେ ଅତର୍କିତ ଭାବେ ସଦର ଅବକାରୀ ଟିମ୍ କନର୍ଲା ଗାଁରେ ଚଢାଉ କରିଥିଲା।
Events & Festivals
ଆଜି ପବିତ୍ର ଶାମ୍ବ ଦଶମୀ, ଚଳଚଞ୍ଚଳ ଅର୍କକ୍ଷେତ୍ର
ସକାଳୁ ସକାଳୁ ଚନ୍ଦ୍ରଭାଗାରେ ହଜାର ହଜାର ଶ୍ରଦ୍ଧାଳୁ ଓ ପର୍ଯ୍ୟଟକ ସୂର୍ଯ୍ୟୋଦୟ ଦର୍ଶନ କରିଛନ୍ତି।
Crime
ଅଳିଆ ପକାଇବାକୁ ନେଇ ତୁମୁଳକାଣ୍ଡ, ୩ ଗୁରୁତର
ଅଳିଆ ପକାଇବାକୁ ନେଇ ଦୁଇ ଗାଁ ଲୋକ ହାତାହାତି ହେବା ସହ ଟେକା ପଥର ମାଡ ହୋଇଥିଲା।
Events & Festivals
ଭୁବନେଶ୍ୱରରେ ପ୍ରବାସୀ ଭାରତୀୟଙ୍କ ମହାକୁମ୍ଭ, ଆଜି ଉଦଘାଟନ କରିବେ ମୋଦି
ଗତ ରାତିରେ ପ୍ରଧାନମନ୍ତ୍ରୀ ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ବିପୁଳ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଆଜି ସକାଳ ୧୦ଟାରୁ ସାଢେ ୧୧ଟା ଯାଏ ମୋଦି ଜନତା ମୈଦାନରେ ରହିବା କାର୍ଯ୍ୟକ୍ରମ ରହିଛି।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।