ପଟ୍ଟାମୁଣ୍ଡାଇ(ପ୍ରବୀର ନାୟକ): କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ନୁରୁ ଗାଁରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ରାମଚନ୍ଦ୍ର ବାରିକ। ରଣଭାର ସହି ନପାରି ରାମଚନ୍ଦ୍ର ଆତ୍ମହତ୍ୟା କରିଥିବା ତାଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି।
ସୂଚନାଅନୁସାରେ, ଚଳିତବର୍ଷ ରାମଚନ୍ଦ୍ର ତାଙ୍କର ୪ ଏକର ଜମିରେ ଧାନ ଚାଷ କରିଥିଲେ। ହେଲେ ବାତ୍ୟା ‘ବୁଲ୍ବୁଲ୍’ରେ ତାଙ୍କ ଫସଲ ଉଜୁଡ଼ି ଯାଇଥିଲା। ଏନେଇ ସେ ମାନସିକ ଚିନ୍ତାରେ ଥିଲେ। ତେବେ ଗତକାଲି ଅପରାହ୍ନ ପ୍ରାୟ ୪ଟା ବେଳେ ରାମଚନ୍ଦ୍ର ତାଙ୍କ ଉଜୁଡ଼ା ଫସଲକୁ ଦେଖି କୀଟନାଶକ ପିଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତାଙ୍କ ପରିବାର ଲୋକେ ଏହା ଜାଣିବା ପରେ ତାଙ୍କୁ ପ୍ରଥମେ ରାଜନଗର ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଏହାପରେ ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ଆଜି ସେଠାରେ ତାଙ୍କର ମୃତ୍ୟୁ ଘଟିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।
Accident
ବାଲିଯାତ୍ରାରେ ଅଘଟଣ; ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ନାବାଳକଙ୍କ ଜୀବନ
କଟକ ତୁଳସୀପୁର ସ୍ଥିତ ଶିଶୁ ମନ୍ଦିରରେ ଯୁକ୍ତ ଦୁଇରେ ପଢୁଥିଲେ ବିଶ୍ୱ ପ୍ରକାଶ ।
Entertainment
ବିବାହ ବନ୍ଧନରେ ବାନ୍ଧି ହେଲେ ଏଲିନା; ଫ୍ୟାନଙ୍କୁ ଦେଲେ ସରପ୍ରାଇଜ୍
ଦୀର୍ଘ ବର୍ଷ ଧରି ଏଲିନା ଓ ଅନୁରାଗ ଘନିଷ୍ଠ ବନ୍ଧୁ ଥିଲେ। ଉଭୟଙ୍କ ବିବାହକୁ ନେଇ ଚର୍ଚ୍ଚା ହେଉଥିଲା।