ଦେବଗଡ଼ (ସିଦ୍ଧାର୍ଥ ଗୁରୁ): ଦେବଗଡ଼ ଜିଲ୍ଲାରେ ଧାନ କିଣାରେ ଅବ୍ୟବସ୍ଥା ଦେଖାଦେଇଛି। ରିଆମାଳ ଥାନା ଅନ୍ତର୍ଗତ ଛତାବର ନାଉଲିପଡ଼ା ମଣ୍ଡିରେ ଧାନ କିଣା ଯାଉ ନଥିବାରୁ ଚାଷୀମାନେ ଆନ୍ଦୋଳନ କରିଛନ୍ତି। ମଣ୍ଡି ଆଗ ଦେଇ ଯାଇଥିବା ୫୩ ନମ୍ବର ଜାତୀୟ ରାଜପଥକୁ ୫ଟି ପଞ୍ଚାୟତର ଚାଷୀ ରାସ୍ତା ଅବରୋଧ କରିଛନ୍ତି।
ଅବରୋଧ ଯୋଗୁ ଦେବଗଡ଼ ଓ ଅନୁଗୋଳ ମଧ୍ୟରେ ଯାତାୟତ ଠପ୍ ହୋଇଛି। ରାଜପଥର ଉଭୟ ପାର୍ଶ୍ୱରେ ଗାଡ଼ି ଅଟକି ରହିଛି।
ଅଭଯୋଗ ଅନୁସାରେ, ନାଉଲିପଡ଼ା ମଣ୍ଡିରେ ଚଳିତବର୍ଷ ବୁଡ଼ିଦୋ, ମଳେହିପଡ଼ା, କଣ୍ଟାବାହାଲ, ଲୁଲଙ୍ଗ ଓ ନାଉଲିପଡ଼ା ପଞ୍ଚାୟତର ଚାଷୀଙ୍କଠାରୁ ୩୯ ହଜାର କ୍ୱିଣ୍ଟାଲ ଧାନ କିଣାଯିବାକୁ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଏ ଯାଏ ମାତ୍ର ୧୬ ହଜାର କ୍ୱିଣ୍ଟାଲ ଧାନ କିଣା ହୋଇଛି। ଧାନ କିଣାର ସମୟସୀମା ଆଜି ଶେଷ ହେବାକୁ ଥିବା ବେଳେ ଗତକାଲିଠାରୁ ମଣ୍ଡି ବନ୍ଦ ରହିଛି। ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Politics
ସୁଜାତାଙ୍କ ଭିଆରଏସ୍ : ପଣା ସଂକ୍ରାନ୍ତି ପରେ ଓଡ଼ିଶା ଛାଡ଼ିବେ ପାଣ୍ଡିଆନଙ୍କ ପରିବାର
୨୦୦୦ ବ୍ୟାଚ୍ ଆଇଏଏସ୍ ସୁଜାତା ରାଉତ କାର୍ତ୍ତିକେୟନଙ୍କ ସ୍ୱେଚ୍ଛାକୃତ ଅବସର ଆବେଦନକୁ ଓଡ଼ିଶା ସରକାର ପ୍ରାୟ ୧୪ଦିନ ପକାଇ ରଖିଥିଲେ । ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହସ୍ତକ୍ଷେପ ପରେ ସୁଜାତାଙ୍କ ଆବେଦନ ଉପରେ ସରକାର ପଦକ୍ଷେପ ନେଇଥିବା ଜଣାପଡ଼ିଛି ।

Education
ଷ୍ଟାଫ୍ ସିଲେକ୍ସନ୍ କମିଶନରୁ ହଟିନି ଦୁର୍ନୀତି ଓ ଅନିୟମିତତାର ଦାଗ !
ପିଲାଙ୍କୁ ଗ୍ରେସ ମାର୍କ ଦେବା ବାହାନାରେ ଅନିୟମିତତା କରାଯାଉଥିବା ଅଭିଯୋଗ ହେଉଛି।
Guest Column
ଜନଶୃତି କ’ଣ ଇତିହାସ ?
ବହୁ ସମୟରେ ଜନଶୃତିମାନଙ୍କୁ ଇତିହାସ ବୋଲି ଆମ ସମାଜରେ ଧରିନିଆଯାଇଛି। ଏହା ଦ୍ଵାରା ଜିଜ୍ଞାସା ବଦଳରେ ଔଲକିକତାକୁ ପୀଢି ପୀଢି ଧରି ପ୍ରକୃତ ଜ୍ଞାନ ବୋଲି ଆମର ସମାଜ ଜାଣୁଛି। ଫଳରେ, ପୁରାଣକୁ ଇତିହାସ ମନେକରି ଅନେକ ମଣିଷ ଯୁକ୍ତି କରିବା ମଧ୍ୟ ମୁଁ ଶୁଣିଛି।

Politics
ତାମିଲନାଡୁରେ ନବୀନ: କ’ଣ ଲୁଚାଇବାକୁ ଚାହୁଁଛନ୍ତି ପାଣ୍ଡିଆନ?
ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନିଜର ବ୍ୟକ୍ତିଗତ ସୁରକ୍ଷାକର୍ମୀଙ୍କ ସହ କୋଏମ୍ବାଟୁର ବିମାନ ବନ୍ଦରରେ ଅବତରଣ କରିଥିବାର ଭିଡିଓ ନାଟକୀୟ ଢଙ୍ଗରେ ଓଡ଼ିଶାର ଗଣମାଧ୍ୟମକୁ ବିତରଣ କରାଯାଇଛି । କିଏ ଓ କାହିଁକି ଏଭଳି କରିଛି ତାହା ଭିନ୍ନ ପ୍ରସଙ୍ଗ ହୋଇଥିବାବେଳେ ଭିଡିଓରେ ନବୀନଙ୍କ ସହ ପାଣ୍ଡିଆନ ମଧ୍ୟ ରହିଥିବା ଦେଖିବାକୁ ମିଳିଛି ।

Politics
ଅଡ଼ୁଆରେ କିସ୍ : ତଦନ୍ତ କରି ଖୋର୍ଦ୍ଧା ଜିଲ୍ଲାପାଳ ଦେବେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ
୨୦୧୭ ଜୁଲାଇ ୬ତାରିଖରେ ଜିଲ୍ଲା ଶିଶୁ କଲ୍ୟାଣ କମିଟି(ସିଡବ୍ଲ୍ୟୁସି) ଯେଉଁ ରିପୋର୍ଟ ଓ ସୁପାରିଶ କରିଥିଲେ ତା’ର ଅନୁପାଳନ କାହିଁକି ହୋଇନି ସେ ନେଇ ମଧ୍ୟ ଖୋର୍ଦ୍ଧା ଜିଲ୍ଲାପାଳ ସ୍ପଷ୍ଟୀକରଣ ରଖିବେ ।