ଆସିକା(ମନୋଜ ମୁନି):ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି-ଆସିକା ମୁଖ୍ୟ ରାସ୍ତାର ଜଗନ୍ନାଥପୁର ଛକରେ ଏକ ବୋଲେରୋ ବାଇକ୍କୁ ଧକ୍କା ଦେଇଛି। ଏଥିରେ ବାପା ଓ ପୁଅଙ୍କର ମୃତ୍ୟୁ ଘଟିଥିବା ବେଳେ ମା’ ଓ ଆଉ ଜଣେ ପୁଅ ଗୁରୁତର ହୋଇଛନ୍ତି। ମୃତକ ହେଲେ ସନ୍ତୋଷ ପ୍ରଧାନ (ବାପା)। ମୃତ ପୁଅର ନାମ ଜଣାପଡ଼ି ନାହିଁ। ତାଙ୍କ ଘର ଏରେଂଡ୍ରା ଗାଁରେ।
ଆଜି ସକାଳ ପ୍ରାୟ ସାଢେ ନଅଟା ବେଳେ ସନ୍ତୋଷ ଏକ ବାଇକ୍ରେ ତାଙ୍କ ସ୍ତ୍ରୀ ଏବଂ ଦୁଇ ପୁଅଙ୍କୁ ଧରି ଗାଁକୁ ଆସୁଥିଲେ। ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ବୋଲେରୋ ତାଙ୍କ ବାଇକ୍କୁ ପଛପଟୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ସନ୍ତୋଷଙ୍କ ମୃତ୍ୟୁ ଘଟିଥିଲା। ତାଙ୍କ ସ୍ତ୍ରୀ ଓ ଦୁଇ ପୁଅଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଆଡପଡ଼ା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ଏହାପରେ ସେମାନଙ୍କୁ ବ୍ରହ୍ମପୁର ବଡ଼ମେଡିକାଲ ସ୍ଥାନାନ୍ତର କରାଯାଇଥିଲା। ହେଲେ ମେଡିକାଲରେ ସାତ ବର୍ଷ ପୁଅର ମୃତ୍ୟୁ ଘଟିଛି।
ପୁଲିସ୍ ଦୁର୍ଘଟଣା ଘଟାଇଥିବା ବୋଲେରୋକୁ ଜବତ କରିଛି। ଏଥିସହ ଡ୍ରାଇଭରକୁ ଅଟକ ରଖି ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମଦ ଦେବାକୁ ମନା କରିବାରୁ ମାଡ଼; ବାର୍ କର୍ମଚାରୀ ଗୁରୁତର
ବାର୍ ବନ୍ଦ ହେଉଥିବାରୁ ମଦ ଦେବାକୁ ମନା କଲେ କର୍ମଚାରୀ। ଏଥିରେ ଉତ୍ତ୍ୟକ୍ତ ହୋଇ ସଂଘବଦ୍ଧ ଭାବେ କର୍ମଚାରୀଙ୍କୁ ଆକ୍ରମଣ କରିଥିଲେ ୪ ଯୁବକ ।
Crime
ନାବାଳକଙ୍କ ପାଦ ତଳେ ତୁଳସୀ ଲାଗି ଘଟଣା; ମାମଲା ରୁଜୁ କଲା ଶିଶୁ ଆୟୋଗ
ପ୍ୟାଣ୍ଟସାର୍ଟ ପିନ୍ଧି ଚୌକିରେ ବସିଥିବା ଜଣେ ନାବାଳକଙ୍କୁ ଏପରି ପୂଜାର୍ଚ୍ଚନା କରାଯିବାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହେଉଛି। ଏହି ଘଟଣାରେ ନିଜ ଆଡୁ ମାମଲା ରୁଜୁ କରିଛି ଶିଶୁ ଆୟୋଗ।
Miscellaneous
ସରକାର ଦେଉଛନ୍ତି ୟୁନିଫର୍ମ ଓ ଜୋତା; ପିଲାଙ୍କୁ ମିଳୁନି, ଡମ୍ପିଂୟାର୍ଡକୁ ଯାଉଛି
ଛୋଟ ଛୋଟ ପିଲାଙ୍କୁ ସ୍କୁଲମୁହାଁ କରିବାକୁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ରାଜ୍ୟ ସରକାର । ସେମାନଙ୍କ ପାଇଁ ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା କରିବାଠୁ ଆରମ୍ଭ କରି ୟୁନିଫର୍ମ ଡ୍ରେସ ଓ ଜୋତା ବି ଯୋଗାଇ ଦେଉଛନ୍ତି। ମାତ୍ର ଏହି ଡ୍ରେସ୍ ଓ ଜୋତା ପିଲାଙ୍କୁ ମିଳିବା ପରିବର୍ତ୍ତେ ଯାଉଛି ଡମ୍ଫିୟାର୍ଡ ।
Accident
ଘରକୁ ଫେରୁଥିଲେ ଦୁଇ ଯୁବକ, ରାତି ଅଧରେ ପିଟିଲା ଅଜଣା ଗାଡ଼ି
ଉଭୟ ପାରାଦୀପ ଯାଇଥିବା ବେଳେ ସେଠାରୁ ଘରକୁ ଫେରୁଥିଲେ । ମାତ୍ର ବିଳମ୍ବିତ ରାତିରେ ଉଭୟଙ୍କ ବାଇକ୍କୁ ଏକ ଅଜଣା ଗାଡ଼ି ପିଟି ଦେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିଲା
Miscellaneous
ଜମୁଛି ଛାଡ଼ଖାଇ, ଆମିଷ ବଜାରରେ ପ୍ରବଳ ଭିଡ଼
ଆଜି ରବିବାର ହୋଇଥିବାରୁ ଆମିଷପ୍ରେମୀଙ୍କ ଭିତରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଆମିଷ ବଜାରରେ ଭିଡ଼ ଜମିଛି।