ଭଦ୍ରକ (ପାର୍ଥସାରଥୀ ନାୟକ): ନିଆଁରେ ପୋଡ଼ି ହୋଇ ବାପ,ପୁଅଙ୍କ ମୃତ୍ୟୁ ଘଟିଛି। ଏହି ଦୁଃଖଦ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ୍ କଟସାହି ପଞ୍ଚାୟତ ଶ୍ୟାମଚାନ୍ଦପାଟଣା ଗାଁରେ। ମୃତକଦ୍ୱୟ ଜୟନ୍ତ ବାରିକ ଓ ତାଙ୍କ ପୁଅ ପୂର୍ଣ୍ଣଚନ୍ଦ୍ର ବାରିକ।
ସୂଚନା ଅନୁସାରେ, ଜୟନ୍ତଙ୍କର ଏକ ତେଜରାତି ଦୋକାନ ଥିଲା। ଗତକାଲି ସ଼କାଳେ ଦୋକାନରେ ଧୂପ ଦେବା ବେଳେ ଅସାବଧାନତା ବଶତଃ ଧୂପରୁ ନିଆଁ ଖସି ସେଠାରେ ଥିବା ପେଟ୍ରୋଲ୍ରେ ପଡ଼ି ଯାଇଥିଲା। ଫଳରେ ନିଆଁ ଲାଗି ଯାଇଥିଲା। ଏପହାରେ ପୂରା ଦୋକାନରେ ନିଆଁ ଲାଗି ଯାଇଥିଲା। ଦୋକାନର ସବୁ ଜିନିଷ ପୋଡ଼ି ଯାଇଥିଲା ବେଳେ ବାପ,ପୁଅ ମଧ୍ୟ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଥିଲେ। ସେମାନଙ୍କୁ ଗାଁ ଲୋକେ ଉଦ୍ଧାର କରି ପ୍ରଥମେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଏହାପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ସ୍ଥାନାନ୍ତର କରାଯାଇଥିଲା। ତେବେ ଆଜି ଭୋରରେ ପ୍ରଥମେ ପୂର୍ଣ୍ଣଚନ୍ଦ୍ରଙ୍କ ମୃତ୍ୟୁ ଘଟିଥିଲା। ଏହାପରେ ସକାଳେ ଜୟନ୍ତଙ୍କର ମୃତ୍ୟୁ ହୋଇଥିଲା। ଏ ଘଟଣା ଯୋଗୁ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଆମ୍ବ ଟାକୁଆ ମୃତ୍ୟୁ: ପୁଣି ବିଜେଡି-ବିଜେପି ମୁହାଁମୁହିଁ, ଆରଡିସି ତଦନ୍ତ ରିପୋର୍ଟକୁ ଅପେକ୍ଷା
ଆମ୍ବ ଟାକୁଆ ଖାଇ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଥିବା ଦାରିଙ୍ଗିବାଡ଼ି ବ୍ଲକର ମାଣ୍ଡିପଙ୍କା ଗାଁର ଜିତା ମାଝୀଙ୍କର ଆଜି ମୃତ୍ୟୁ ହେବାପରେ ରାଜନୀତି ସରଗରମ ହୋଇଛି ।
Miscellaneous
୨୩ରେ ମନ୍ତ୍ରିମଣ୍ଡଳ ଓ ମନ୍ତ୍ରିପରିଷଦ ବୈଠକ, ଅତିରିକ୍ତ ଚିଠା ବଜେଟକୁ ମିଳିବ ମଞ୍ଜୁରୀ
ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୨୬ତାରିଖରେ ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷର ପ୍ରଥମ ଅତିରିକ୍ତ ବଜେଟ ଉପସ୍ଥାପନ କରିବେ ।
Miscellaneous
୨୦୪୭ ମସିହା ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’
ଓଡ଼ିଶାରେ ବୀମାହାର ଜାତୀୟସ୍ତର ତୁଳନାରେ କମିଥିବାରୁ ୨୦୪୭ ସୁଦ୍ଧା ‘ସମସ୍ତଙ୍କ ପାଇଁ ବୀମା’ ଲକ୍ଷ୍ୟ ହାସଲ କରିବାକୁ ବୀମା କଭରେଜରେ ଉନ୍ନତି ଆଣିବା ନିମନ୍ତେ ରଣନୀତି ଉପରେ ଆଲୋଚନା ହୋଇଛି ।
Miscellaneous
ସରକାରୀ ଜମିରେ ତିଆରି ହୋଇଛି ବାବାଙ୍କ ବୈକୁଣ୍ଠ ଧାମ ଆଶ୍ରମ
ଭୁବନେଶ୍ୱର ଖଣ୍ଡଗିରି ପାଦ ଦେଶରେ ରହିଛି ବାବାଙ୍କ ବୈକୁଣ୍ଠ ଧାମ୍ ଆଶ୍ରମ। ଏଠାରେ କଳକୀରାମ ଶ୍ରୀଶ୍ରୀଶ୍ରୀ ସତ୍ୟ ଅନନ୍ତ ମାଧବ ପୂଜା ପାଉଛନ୍ତି। ପ୍ରବଚନ ଦେଉଛନ୍ତି। ଭକ୍ତଙ୍କୁ ଆଶୀର୍ବାଦ ଦେଉଛନ୍ତି।
Special
ଦୁଇ ଘଣ୍ଟା ବନ୍ଦ ହୋଇଥିଲା ହାର୍ଟ ବିଟ୍; ତଥାପି ପୁନର୍ଜନ୍ମ ପାଇଲେ ଯବାନ
ଏମ୍ସ ଡାକ୍ତର ଔଷଧ ଦେଇ ଶୁଭକାନ୍ତଙ୍କ ବିପି ବଢ଼ାଇବାକୁ ଚେଷ୍ଟା କରିଥିଲେ। ହେଲେ ହାର୍ଟ ବିଟ୍ କିନ୍ତୁ କମି ଚାଲିଥିଲା। ଏହାରି ଭିତରେ ହଠାତ ହୋଇଥିଲା କର୍ଡିଆକ୍ ଆରେଷ୍ଟ। ବନ୍ଦ ହୋଇଗଲା ହାର୍ଟ ବିଟ୍। ତେଣୁ ଡାକ୍ତର ତାଙ୍କୁ CPR ଦେବା ଆରମ୍ଭ କରିଥିଲେ।