କଟକ(ପ୍ରଭାତ ବିଷୋୟୀ):କଟକ କ୍ୟାଣ୍ଟନମେଣ୍ଟ ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଦୁଇ ଜଣ ଆହତ ହୋଇଛନ୍ତି। ମୃତକ ହେଲେ କଲେଜ ଛକ ଅଞ୍ଚଳର ମୃତ୍ୟୁଞ୍ଜୟ କେଶରୀ ପଟ୍ଟନାୟକ।
ଗତକାଲି ମୃତ୍ୟୁଞ୍ଜୟ ତାଙ୍କ ଦୁଇ ଝିଅଙ୍କୁ ଧରି ସ୍କୁଟିରେ ଟ୍ୟୁସନ୍ରୁ ଫେରୁଥିବା ବେଳେ ଏକ ହୋଣ୍ଡା କାର୍ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ସମସ୍ତଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ମୃତ୍ୟୁଞ୍ଜୟଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।
ତେବେ ଦୁର୍ଘଟଣା ଘଟାଇଥିବା କାର୍ ଡ୍ରାଇଭରକୁ ପୁଲିସ୍ କାବୁ କରିଛି। ଏଥିସହ ଦୁର୍ଘଟଣାଗ୍ରସ୍ତ କାରକୁ ଜବତ କରିଛି। ତେବେ ଦୁର୍ଘଟଣା ଘଟିବା ପରେ ଲୋକେ ମୋବାଇଲରେ ଦୃଶ୍ୟ ଉତ୍ତୋଳନ କରିଥିଲେ। ପରେ ଦୁର୍ଘଟଣା ଘଟାଇଥିବା କାର୍ ଭିତରେ ବିପୁଳ ପରିମାଣର ବିଜେଡି ପତାକା ସହ ଖାଲି ମଦ ବୋତଲ ଥିବା ଭିଡିଓ ଭାଇରାଲ ହୋଇଥିଲା। ଭାଇରାଲ ଭିଡିଓରୁ କାର୍ଟି ବିଜେଡି ପ୍ରଚାରରେ ଲାଗି ଥିବା ଅନୁମାନ କରାଯାଉଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜ କାର୍ଯ୍ୟାଳୟରେ ବସିଥିଲେ ବିଜେପି ନେତା, ଖଣ୍ଡା ଧରି ମାଡ଼ି ଆସିଲେ ଦୁର୍ବୃତ୍ତ
ନିଜ କାର୍ଯ୍ୟାଳୟରେ ଥିବା ବିଜେପି ନେତାଙ୍କ ଉପରେ ହେଲା ମରଣାନ୍ତକ ଆକ୍ରମଣ। ମାତ୍ର ଖଣ୍ଡା ଚୋଟରୁ ଅଳ୍ପକେ ବର୍ତ୍ତିଗଲେ ବିଜେପିର ତୁଙ୍ଗ ନେତା।
Accident
ଚାଲି ଚାଲି ଯାଉଥିଲେ ଯୁବକ, ପିଟିଦେଲା ଅଜଣା ଗାଡ଼ି
ଚାଲି ଚାଲି ଘରକୁ ଫେରୁଥିଲେ ଯୁବକ। ମାତ୍ର କିଛି ସମୟ ପରେ ଘରେ ପହଞ୍ଚି ବି ଯାଇଥାନ୍ତେ। ମାତ୍ର ବିଧିର ବିଧାନ ଥିଲା କିଛି ଅଲଗା।
Accident
ଗୁପ୍ତେଶ୍ୱର ଯିବାବେଳେ ଓଲଟିଲା ଭ୍ୟାନ୍; ମହିଳା ମୃତ, ୧୩ ଆହତ
ଗଜପତି ଜିଲ୍ଲା ମୋହନା ଥାନା କେନ୍ଦୁଘାଟିରେ ଟୁରିଷ୍ଟ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୩ ଜଣ ଆହତ ହୋଇଛନ୍ତି ।
Politics
ଲୋକସେବା ଭବନରେ ଲାଗିଲା ସାନିଟାରୀ ନାପକିନ୍ ଭେଣ୍ଡିଂ ମେସିନ୍
ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସାନିଟାରୀ ଭେଣ୍ଡିଂ ମେସିନକୁ ସ୍ଥାପନକୁ ଉଦଘାଟନ କରିବା ସହ ମହିଳାମାନଙ୍କ ପାଇଁ ସ୍ୱଚ୍ଛତା ଓ ସହାୟକ କର୍ମକ୍ଷେତ୍ର ସୃଷ୍ଟି ଦିଗରେ ଏକ ପ୍ରଗତିଶୀଳ ପଦକ୍ଷେପ ବୋଲି କହିଛନ୍ତି ।
Politics
ରାଜ୍ୟରେ ୫ବର୍ଷରେ ୨ଗୁଣ ବଢ଼ିବ ଏମବିବିଏସ୍ ସିଟ୍ : ସ୍ୱାସ୍ଥ୍ୟମନ୍ତ୍ରୀ
ଆଜି ଶ୍ରୀ ମହାଲିଙ୍ଗ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ଆଗାମୀ ୫ବର୍ଷ ମଧ୍ୟରେ ରାଜ୍ୟର ବିଭିନ୍ନ ମେଡିକାଲ କଲେଜରେ ଥିବା ଏମବିବିଏସ୍ ସିଟ୍ ସଂଖ୍ୟାକୁ ୨୫୦୦ରୁ ୫ହଜାରକୁ ବୃଦ୍ଧି କରିବାକୁ ସରକାର ଯୋଜନା କରିଛନ୍ତି ।