ରାୟଗଡ଼ା(ମନୋଜ ପାତ୍ର): ବିଦ୍ୟୁତ ଆଘାତରେ ଆଖି ବୁଜିଲେ ଶ୍ୱଶୁର ଓ ବୋହୂ। ରାୟଗଡା ଜିଲ୍ଲା ବିଷମକଟକ ଥାନା ଠଙ୍ଗପଡ଼ା ଗାଁରେ ଘଟିଛି ଏହି ଅଘଟଣ । ମୃତକଦ୍ୱୟ ହେଲେ ୬୫ ବର୍ଷୀୟ ବୃଦ୍ଧ ଡାଉଣୀ ମଣ୍ଡିକା ଓ ତାଙ୍କ ବୋହୂ ସୁମିତ୍ରା ମଣ୍ଡିକା
ସୂଚନାଯୋଗ୍ୟ, ଇଲେକ୍ଟ୍ରି ବୋର୍ଡରୁ ଆସିଥିବା ତାର ଡାଉଣୀଙ୍କ ଘର ଭିତରେ ଏକ କବାଟରେ ଚାର୍ଜ ହୋଇ ଯାଇଥିଲା । ଆଜି ସକାଳେ ଡାଉଣୀ ଉକ୍ତ କବାଟ ଧରିବାରୁ ବିଦ୍ୟୁତ ସଂସ୍ପର୍ଶରେ ଆସି ଯାଇଥିଲେ। ଫଳରେ ସେ ଚିତ୍କାର କରିବାରୁ ତାଙ୍କୁ ବଞ୍ଚାଇବାକୁ ଯାଇ ତାଙ୍କ ବୋହୂ ସୁମିତ୍ରା ମଧ୍ୟ ବିଦ୍ୟୁତ୍ ଆଘାତ ପାଇଥିଲେ।
ଉଭୟ ଶ୍ୱଶୁର ଓ ବୋହୂଙ୍କୁ ଗୁରୁତର ଅବସ୍ଥାରେ ବିଷମକଟକ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ, ସୁମିତ୍ରା ୪-୫ ମାସର ଗର୍ଭବତୀ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ।
Crime
ଭିଜିଲାନ୍ସ ଜାଲରେ କଲେଜ ଅଧ୍ୟକ୍ଷ; ମାଡ଼ି ବସିଲା ଭିଜିଲାନ୍ସ
ଗତକାଲି ସନ୍ଧ୍ୟାରେ ହୃଷିକେଷ ନଳିନୀଙ୍କୁ ଲାଞ୍ଚ ଟଙ୍କା ଦେବାବେଳେ ଭିଜିଲାନ୍ସ ତାଙ୍କୁ ମାଡ଼ି ବସିଥିଲା।
Miscellaneous
ଓଏଏସ୍ ବଦଳି: ମଧୁମିତା ନାୟକ ଇଏସଆଇ ନିର୍ଦ୍ଦେଶିକା
ବରିଷ୍ଠ ଓଏଏସ୍ ଅଫିସରସ୍ତରରେ ଅଦଳବଦଳ। ଅଶୋକ କୁମାର ପଣ୍ଡାଙ୍କୁ କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି।
Miscellaneous
ଡିଜିପି ସମ୍ମିଳନୀ ପାଇଁ ଲୋକସେବା ଭବନରେ କଟକଣା: କେବଳ ମନ୍ତ୍ରୀ-ସଚିବଙ୍କ କାରକୁ ମିଳିବ ପାର୍କିଂ ଅନୁମତି
ପୁଲିସ ଡିଜି ସମ୍ମିଳନୀ ପାଇଁ ବୁଧବାରଠୁ ଲୋକସେବା ଭବନରେ ବିଭିନ୍ନ କଟକଣା ଜାରି ହେବ। ପାର୍କିଂ ପାଇଁ ଆବଶ୍ୟକ ଗାଇଡଲାଇନ୍ ଜାରି କଲେ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଆର୍.କେ ଶର୍ମା।