ବାଲେଶ୍ୱର(ଓଡ଼ିଶା ରିପୋର୍ଟର): ବାପା ନା ସୈତାନ! ନିଜ ଦେଢ ମାସର ଶିଶୁ ପୁଅକୁ ବାପା କଚାଡି ହତ୍ୟା କରିଥିବା ଅଭିଯୋଗ ହୋଇଛି। ବାଲେଶ୍ୱର କସିମିଳାରେ ଘଟିଛି ଏଭଳି କିଛି ଲୋମହର୍ଷଣକାରୀ ଘଟଣା।
କସିମିଳାର ପ୍ରଭାତ କୁମାର ବାଇ ଓ ତାଙ୍କ ଦ୍ୱିତୀୟ ସ୍ତ୍ରୀଙ୍କ ମଧ୍ୟରେ କୌଣସି କଥାକୁ ନେଇ ପାଟିତୁଣ୍ଡ ହୋଇଥିଲା। ଏଥିରେ ଉତ୍କ୍ଷିପ୍ତ ହୋଇ ପ୍ରଭାତ ତାଙ୍କ ପତ୍ନୀଙ୍କ ହାତରୁ ପୁଅକୁ ଛଡ଼ାଇ ନେଇ କଚାଡି ବୁଢ଼ାବଳଙ୍ଗ ନଦୀ ପଠାକୁ ଫିଙ୍ଗି ଦେଇଥିବା ଅଭିଯୋଗ ହୋଇଥିଲା। ଶିଶୁପୁତ୍ରକୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ତାକୁ ମୃତ ଘୋଷଣା କରିଥିଲେ ଡାକ୍ତର। ପୁଲିସ ଅଭିଯୁକ୍ତ ବାପାକୁ ଗିରଫ କରି ପଚରାଉଚରା କରୁଛି।
ସେପଟେ ଅଭିଯୋଗକୁ ଖଣ୍ଡନ କରିବା ସହ ଶିଶୁପୁତ୍ର ରାସ୍ତାରେ ଆସିବା ବେଳେ ବାଇକ୍ରୁ ପଡ଼ିଯାଇ ପ୍ରାଣ ହରାଇଥିବା କହିଛନ୍ତି। ତାଙ୍କ ସ୍ତ୍ରୀ ମିଛ ଅଭିଯୋଗ କରିଥିବା ସେ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସଞ୍ଜ ବେଳେ ମହିଳାଙ୍କ ହାତ ଓ ଗୋଡ଼ ବାନ୍ଧି ଘରୁ ନେଇ ଗଲେ ୨୦ ଲକ୍ଷ ଟଙ୍କା
ଅମିତାଙ୍କୁ ଲୁଟିବା ପରେ ଆଲମାରୀରେ ଥିବା ୨୦ ଲକ୍ଷରୁ ଅଧିକ ଟଙ୍କା ଓ ସୁନା ଅଳଙ୍କାର ଧରି ଚମ୍ପଟ ମାରିଥିଲେ। ଆଉ ଗଲା ବେଳେ ବାହାର ପାର୍ଶ୍ୱରୁ କବାଟ ବନ୍ଦ କରିଦେଇଥିଲେ।
Crime
କ’ଣ ପାଇଁ ସଂପୃକ୍ତ ଶିକ୍ଷାନୁଷ୍ଠାନକୁ ଯାଇଥିଲେ ହଂସିକା ଓ ଅନୀଲ?
ଅପରପକ୍ଷେ ଏହି ଠକ ଯୋଡ଼ିଙ୍କ କେଳେଙ୍କାରୀ ରାଜ୍ୟ ବାହାରକୁ ବି ଲମ୍ବିଛି। ଝାଡଖଣ୍ଡର ଇଏସଏଲ ବୋକାରୋ କଂପାନୀ ସହ ଏକ ୩୦୦ କୋଟି ଟଙ୍କାର ଡିଲ୍ ମଧ୍ୟ ସାମ୍ନାକୁ ଆସିଛି। ଆୟକର ବିଭାଗ ଏସବୁ ତଥ୍ୟ ପାଇବା ପରେ ଖୋଳତାଡ ଚଳାଇଛି।
Politics
ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବା ପରେ କ’ଣ ଫାଇଦା ମିଳିବ? ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ପ୍ରାୟ ୩୦ ହଜାର ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ।
Crime
ବାଘ ମାରି ଖାଇଥିଲେ, ବାସନ୍ଦ ହେଲେ ୪ ପରିବାର
ବନ ବିଭାଗ ଏ ସମ୍ପର୍କରେ ଜାଣିପାରି ଜଗବନ୍ଧୁଙ୍କୁ ମେଡିକାଲ୍ରେ ଭର୍ତ୍ତି କରିଥିଲେ। ଏବେ ତାଙ୍କର ଚିକିତ୍ସା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ହେଉଛି। ଗିରଫ ବେଳେ ୩ ଅଭିଯୁକ୍ତ ବାଘ ଶିକାର କରି ଖାଇଥିବା ସ୍ୱୀକାର କରିଥିଲେ।
Crime
ଅଫିସ୍ରେ ମାତାଲ RI କହୁଛନ୍ତି- ମୋଦି ମୋର ଫ୍ରେଣ୍ଡ, ଚାହିଁଲେ ପ୍ରଧାନମନ୍ତ୍ରୀ ହୋଇଯିବି
ଖଜଣା ଦେଇ ପାଉତି କାଟିଲେ ଚାଷୀମାନେ ଫସଲ କ୍ଷୟକ୍ଷତି ପାଇଁ ଆବେଦନ କରିବେ। ହେଲେ ଦୁର୍ଭାଗ୍ୟର ବିଷୟ ବୌଲାଙ୍ଗ ଆର୍ଆଇ ଅଫିସ୍ରେ ନାହାଁନ୍ତି। ତେଣୁ ଚାଷୀମାନେ ପଟା ଓ ପାଉତି ଧରି ଆର୍ଆଇ ଅଫିସ୍ ଆଗରେ ଦୀର୍ଘ ସମୟ ଧରି ଛିଡ଼ା ହୋଇଥିଲେ।