ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଖୋର୍ଦ୍ଧା ଜିଲ୍ଲାରୁ ଚିହ୍ନଟ ହୋଇଥିବା ୫ଜଣ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ବାପ ପୁଅ ଅଛନ୍ତି। କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ବୟସ ୪୧ ବର୍ଷ ହୋଇଥିବା ବେଳେ ତାଙ୍କ ପୁଅକୁ ୩ ତିନି ହୋଇଥିବା ଜଣାପଡ଼ିଛି। ଏନେଇ ଜିଲ୍ଲା ଲୋକସଂପର୍କ ଅଧିକାରୀଙ୍କ ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ, ଗତ ୧୦ତାରିଖରେ ବାପା, ପୁଅ ଓ ମା’ ଅହମ୍ମଦାବାଦରୁ ଫେରିଥିଲେ। ବେଗୁନିଆ ବ୍ଲକ ହୀରାପୁର କ୍ୱାରେଣ୍ଟାଇନ ସେଣ୍ଟରରେ ସେମାନେ ରହୁଥିଲେ। ଏହାପରେ ସେମାନଙ୍କ କରୋନା ଟେଷ୍ଟ କରାଯାଇଥିଲା। ତେବେ ବାପା, ପୁଅଙ୍କ ରିପୋର୍ଟ ପଜେଟିଭ ଆସିଥିଲା ବେଳେ ମା’ର ରିପୋର୍ଟ ନେଗେଟିଭ ଆସିଥିଲା। ବାପ, ପୁଅଙ୍କୁ ଭୁବନେଶ୍ୱର କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।
ସୂଚନାଯୋଗ୍ୟ, ଆଜି ସୁଦ୍ଧା ରାଜ୍ୟରେ ୧୪୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୮୮୧ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ୫୫୦ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ବାୟୁ ପ୍ରଦୂଷଣ କରିପାରେ ଏହି ସବୁ ଜଟିଳ ରୋଗ
ପ୍ରଦୂଷିତ ବାୟୁ ଅଞ୍ଚଳରେ ରହିବା ଦ୍ୱାରା କେଉଁ କେଉଁ ସ୍ୱାସ୍ଥ୍ୟ ସମସ୍ୟା ହୁଏ, ଜାଣନ୍ତୁ...
Health
କେଉଁମାନେ ଚିଆ ସିଡ୍ସ ଖାଇବା ଅନୁଚିତ୍, ଜାଣନ୍ତୁ
ଶରୀରରେ କିଛି ସମସ୍ୟା ଥିଲେ ଚିଆ ସିଡ୍ସ ସେବନ ହାନିକାରକ ହୋଇପାରେ।
Health
ମଧୁମେହ ହେଲେ ଦେଖାଯାଏ ଏହି ସବୁ ପ୍ରାରମ୍ଭିକ ଲକ୍ଷଣ
ମଧୁମେହ ହେଲେ ଶରୀରରେ ପ୍ରଥମେ କେଉଁ ସବୁ ଲକ୍ଷଣ ଦେଖାଯାଏ, ଜାଣନ୍ତୁ...
Health
ଭାରତୀୟମାନେ ଦିନକୁ କେତେଥର ଖାଇବା ଉଚିତ?
ଆମ ଭାରତୀୟମାନଙ୍କ ପାଇଁ ଖାଇବା ହେଉଛି ଉପଭୋଗ କରିବାର ଏକ ସାମଗ୍ରୀ। ଯେତେବେଳେ ମନ ହୁଏ, ଆମେ ଖାଇନେଉ। ହେଲେ ଖାଦ୍ୟ ନିୟନ୍ତ୍ରଣ କରିବା ଆମ ପାଇଁ ଅତ୍ୟନ୍ତ କଷ୍ଟକର।
Health
ଅଧିକ ଲୁଣ ଖାଉଛନ୍ତି କି? ହୋଇପାରେ ପେଟ କ୍ୟାନ୍ସର୍
WHO ଅନୁଯାୟୀ, ଜଣେ ବୟସ୍କ ବ୍ୟକ୍ତି ପ୍ରତିଦିନ ୫ ଗ୍ରାମରୁ ଅଧିକ ଲୁଣ ଖାଇବା ଉଚିତ୍ ନୁହେଁ, ଏଥିରେ ୨ ଗ୍ରାମ ସୋଡିୟମ୍ ଏବଂ ୩.୫ ଗ୍ରାମ ପୋଟାସିୟମର ମିଶ୍ରଣ ରହିବା ଉଚିତ୍।