କାମାକ୍ଷାନଗର(ବିଦ୍ୟାଧର ବରାଳ): ଆଖି ପିଛୁଳାକେ ଘରେ ଲାଗିଗଲା ନିଆଁ । ଏହି ନିଆଁରେ ଜଳିଗଲେ ଉଭୟ ବାପପୁଅ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ମେଡ଼ିକାଲରେ ଭର୍ତ୍ତି କରାଯାଇଛି । ଏପରି ଅଭାବନୀୟ ଘଟଣା ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ଖଇରପଶି ଗାଁରେ ଘଟିଛି। ଗୁରୁତର ବାପପୁଅ ହେଲେ ଚତୁର୍ଭୁଜ ନାୟକ ଏବଂ ପୁଅ ରାଜେଶ ନାୟକ ।
ବିଦ୍ୟୁତ୍ ସର୍ଟ ସର୍କିଟ ଯୋଗୁଁ ଖଇରପଶି ଗାଁର ହରିଜନ ସାହିସ୍ଥିତ ଚତୁର୍ଭୁଜଙ୍କ ଘରେ ନିଆଁ ଲାଗି ଯାଇଥିଲା। ଆଖି ପିଛୁଳାକେ ନିଆଁ ଲାଗିବାରୁ ପରିବାର ଲୋକେ ଘରୁ ବାହାରି ପାରି ନ ଥିଲେ। ଏଥିରେ ଉଭୟ ବାପପୁଅ ଚତୁର୍ଭୁଜ ଏବଂ ରାଜେଶ ଗୁରୁତର ହୋଇଥିବା ବେଳେ ସ୍ଥାନୀୟ ଲୋକେ ତୁରନ୍ତ ପରିବାରର ଅନ୍ୟମାନଙ୍କ ଉଦ୍ଧାର କରିଥିଲେ। ଅଗ୍ନିକାଣ୍ଡ ଯୋଗୁଁ ଘରର ଆସବାବପତ୍ର, ଧାନ ଓ ଚାଉଳ ସହ ଅନେକ ଆବଶ୍ୟକ କାଗଜପତ୍ର ଜଳି ପୋଡି ନଷ୍ଟ ହୋଇଯାଇଛି ।
ପରଜଙ୍ଗ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ଅଗ୍ନି ବିପନ୍ନଙ୍କ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ସ୍ଥାନୀୟ ଲୋକ ଦାବି କରିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଓଏଏସ୍ ବଦଳି: ଯସ୍ମିନ ପଟ୍ଟନାୟକ ଓଡ଼ିଆ ବିଶ୍ୱବିଦ୍ୟାଳୟ କୁଳସଚିବ, ମନୋଜ ପାଢ଼ୀ ଶିକ୍ଷକ ପ୍ରତିଷ୍ଠାନ ନିର୍ଦ୍ଦେଶକ
ବରିଷ୍ଠ ଓଏଏସ୍ ପୁରିନ୍ଦର ଧରୁଆଙ୍କୁ ଖାଦ୍ୟଯୋଗାଣ ଓ ଖାଉଟିକଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଏବଂ ଓଏଏସ୍ ରୀନା ମହାପାତ୍ରଙ୍କୁ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି ।
Miscellaneous
୧.୩୬ଲକ୍ଷ କୋଟି ଟଙ୍କାର ଶିଳ୍ପପ୍ରକଳ୍ପକୁ ମଞ୍ଜୁରୀ ଦେଲେ ମୋହନ ସରକାର
ବିଜେପି ସରକାର କ୍ଷମତାକୁ ଆସିବା ପରେ ଦ୍ୱିତୀୟ ଏଚଏଲସିଏ ବୈଠକରେ ମଞ୍ଜୁରୀ। ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୭୪୩୫୦ଟି ଅତିରିକ୍ତ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ।
Miscellaneous
ପୁଣି ଆଳୁ ଅଟକାଇଲେ ମମତା, ବିଜେଡି-ବିଜେପି ଦୋଷ ଲଦାଲଦି
ଗତକାଲିଠୁ ସୀମାରେ ଅଟକିଛି ଶହ ଶହ ଆଳୁ ଗାଡ଼ି। ଆଳୁ ରପ୍ତାନୀ ଉପରେ କଟକଣା ଲଗାଇଛନ୍ତି ପଶ୍ଚିମବଙ୍ଗ ସରକାର। ପରସ୍ପର ଉପରେ ଦୋଷ ଲଦିଲେ ବିଜେଡି-ବିଜେପି।
Crime
କାର୍ ହେଡ୍ଲାଇଟ୍ରେ ହେଉଥିଲା ଗଞ୍ଜେଇ ଚାଲାଣ
କାର ହେଡ୍ ଲାଇଟ୍ ଓ ଡିକି ତଳେ ଗଞ୍ଜେଇ ଥିବା ଅବକାରୀ ବିଭାଗ ଜାଣିବାକୁ ପାଇଥିଲା। ପରେ କାର୍ ଲାଇଟ୍ ଖୋଲି ଗଞ୍ଜେଇ ଜବତ କରାଯାଇଥିଲା।
Miscellaneous
ଭୀମସାରରୁ ଚୋରି ନବଜାତ ଶିଶୁପୁତ୍ର ଉଦ୍ଧାର
ଘଟଣାରେ ସଂପୃକ୍ତ ମହିଳା ଓ ତାଙ୍କ ସ୍ୱାମୀ ଅଟକ। ଚୋରିର ଉଦ୍ଦେଶ୍ୟ ଜଣାପଡି ନାହିଁ, ଅଧିକ ତଦନ୍ତ କରୁଛି ପୁଲିସ।