କୁଚିଣ୍ଡା(ଦେବେନ୍ଦ୍ର ବେହେରା): ସରକାରୀ ଅଫିସ୍ରେ ଜମିଲା ମଦ ମାଂସର ଆସର। ମଦ ମାଂସ ଭୋଜିରେ ସାମିଲ ହେଲେ ବରିଷ୍ଠ ଅଧିକାରୀ। ଏପରି ଏକ ଭିଡିଓ ଏବେ ସୋଶାଲ ମିଡିଆରେ ଭାଇରାଲ ହେଉଛି। ଝାରସୁଗୁଡ଼ା ଜିଲ୍ଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅଫିସ ଭିତରେ ଗତ ହୋଲି ରାତିରେ ଏଭଳି ମଦ ମାଂସ ଭୋଜି ହୋଇଥିବା ବେଳେ ଏହାର ଭିଡିଓ ଗତକାଲି ଭାଇରାଲ ହୋଇଛି।
ଏଥିରେ ନିଜେ ରେଞ୍ଜର ବ୍ରଜମୋହନ ପଟ୍ଟନାୟକ, ଫରେଷ୍ଟର ଆଲୋକ ନାଏକ ଏବଂ watcher ମହାଦେବ କିଷାନ ଓ ସନ୍ତୋଷ କିଷାନ ଥିବାର ଚର୍ଚ୍ଚା ହେଉଛି। ଭିଡିଓରେ ଜଣେ ଅଧିକାରୀ ରାତି ସାରା ମଦ ପିଇବା ବୋଲି କହୁଥିବାର ଶୁଣିବାକୁ ମିଳୁଛି। ସରକାରୀ ଅଫିସ ଭିତରେ ଏପରି ମଦର ଆସର ଏବେ ସରକାରୀ ଅଧିକାରୀଙ୍କ ଚରିତ୍ର ଉପରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି।
ଏହି ଭିଡିଓ ଭାଇରାଲ ହେବା ପରେ ସମ୍ପୃକ୍ତ ଅଧିକାରୀମାନଙ୍କ ମତାମତ ମିଳିପାରି ନାହିଁ। ଅପରପକ୍ଷେ ଏନେଇ ଝାରସୁଗୁଡ଼ା ଡିଏଫଓଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ତାହା ସମ୍ଭବ ହୋଇପାରି ନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ପୁଅ ଥାନାରେ ଅଟକ, କହିଲେ- ଏପରି ଗଣତନ୍ତ୍ର ଚଳିବ ନାହିଁ
ଆଜି ଝାରସୁଗୁଡ଼ା ଜିଲ୍ଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଅଛି । ତା’ ପୂର୍ବରୁ ବିଶାଳ ଦାସଙ୍କୁ ଅଟକ ରଖିଛି ଛତିଶଗଡ଼ ପୁଲିସ ।ପୁଲିସର କାର୍ଯ୍ୟାନୁଷ୍ଠାନକୁ ବେଆଇନ ବୋଲି କହିବା ସହ ଏହାର ପ୍ରତିବାଦ କରିଛନ୍ତି ବିଶାଲ ଦାସ ।
Accident
ବ୍ରିଜ ତଳକୁ ଖସିଲା ବସ୍, ଭିତରେ ଥିଲେ ୪୫ ଯାତ୍ରୀ
ପ୍ରାୟ ୪୦ରୁ ୪୫ ଜଣ ଯାତ୍ରୀ ଗତ ରାତିରେ ଏକ ବସ୍ ଯୋଗେ ନୟାଗଡ଼ ଜିଲ୍ଲା ଖଣ୍ଡପଡା ବ୍ଲକର ଗୁଣ୍ଠୁଣି ଗ୍ରାମରୁ ବାହାରିଥିଲେ। ସେମାନେ କାଳୀଜାଇ ଦେଖିବା ପାଇଁ ଯାଉଥିଲେ।
Miscellaneous
ଭିନ୍ନକ୍ଷମଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ: ଜିଲ୍ଲାପାଳଙ୍କୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଖର୍ଚ୍ଚ ଅନୁମତି
ଏବେ ପ୍ରଚଳିତ ନିୟମ ଅନୁସାରେ, ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଇଁ ସ୍ମାର୍ଟ ଉପକରଣ କ୍ରୟ ନିମନ୍ତେ ଜିଲ୍ଲାଗୁଡ଼ିକୁ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁମୋଦନ ନେବାକୁ ପଡ଼ିଥାଏ ।
Education
OSSTET-୨୦୨୪ ପାଇଁ ବିଏସ୍ଇ ୱେବସାଇଟ୍ରେ ଉପଲବ୍ଧ ହେଲା ଆଡ୍ମିଟ୍ କାର୍ଡ
ମୋଟ ୫୦,୫୮୭ ଜଣ ଏହି ପରୀକ୍ଷା ଦେବେ। ସେମାନଙ୍କ ମଧ୍ୟରୁ ୪୭,୨୦୬ ଜଣ ପ୍ରଥମ ପେପର ଓ ୩୩୮୧ ଜଣ ଦ୍ୱିତୀୟ ପେପର ପରୀକ୍ଷା ଦେବେ।